ETV Bharat / city

Medical Officers Appointment; ନିଯୁକ୍ତି ପାଇବେ 81 ଡାକ୍ତର

author img

By

Published : Nov 24, 2021, 9:02 PM IST

ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ସରକାର ରାଜ୍ୟର ବିଭିନ୍ନ ସ୍ଥାନରେ ଖାଲି ଥିବା ଓଡିଶା ମେଡିକାଲ ଓ ସ୍ବାସ୍ଥ୍ୟସେବା Group-A ଗ୍ରୁପ-ଏ ଜୁନିଅର ବ୍ରାଞ୍ଚରେ ଡାକ୍ତର ପଦବୀ (Appointment Of 81 Medical Officers) ପୂରଣ କରିବାକୁ ଯାଉଛନ୍ତି । ଅଧିକ ପଢନ୍ତୁ

Naveen Patanaik
Naveen Patanaik Naveen Patanaik

ଭୁବନେଶ୍ବର: ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ସରକାର ରାଜ୍ୟର ବିଭିନ୍ନ ସ୍ଥାନରେ ଖାଲି ଥିବା ଓଡିଶା ମେଡିକାଲ ଓ ସ୍ବାସ୍ଥ୍ୟସେବା (OMHS) Group-A ଗ୍ରୁପ-ଏ ଜୁନିଅର ବ୍ରାଞ୍ଚ (Junior Branch) ରେ ଡାକ୍ତର ପଦବୀ ପୂରଣ କରିବାକୁ ଯାଉଛନ୍ତି ।

ଓଡିଶା ରାଜ୍ୟ ପବ୍ଲିକ ସର୍ଭିସ କମିଶନଙ୍କ ମାଧ୍ୟମରେ ୮୧ଟି ପଦବୀ (Appointment Of 81 Medical Officers) ନିମନ୍ତେ ଅନୁସୂଚୀତ ଜାତି ଓ ଜନଜାତି ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ (State Health Director) ରାଜ୍ୟରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଗୁଡିକରେ ଥିବା ଖାଲି ପଦ ସଂପର୍କରେ ସୂଚୀତ କରିଛନ୍ତି । ନୂଆ କରି ନିଯୁକ୍ତି ପାଇବାକୁ ଥିବା ଡାକ୍ତରୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ ୮୧ଟି ପଦବୀରୁ ଅନୁସୂଚୀତ ଜାତି ପାଇଁ ୪୭ ଟି ଓ ଅନୁସୂଚୀତ ଜନଜାତି ପାଇଁ ୩୪ ଟି ପଦବୀ ସଂରକ୍ଷିତ ।

ଓପିଏସସି (Odisha Public Service Commission) ଦ୍ବାରା ପ୍ରାର୍ଥୀ କୃତକାର୍ଯ୍ୟ ହୋଇସାରିବା ପରେ ସାଧାରଣ ପ୍ରଶାସନ ବିଭାଗର ନିୟମ ଅନୁସାରେ ପ୍ରାର୍ଥୀ ମାନେ ଇ-କାଉନସେଲିଂରେ ଯୋଗ ଦେଇଥିଲେ । ଏହି ଅଧାରରେ ମେଡିକାଲ ଅଫିସର ମାନଙ୍କୁ ନିଯୁକ୍ତି ଦିଆଯିବ । ସଂପୃକ୍ତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ଏହା ଫଳରେ ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ହେବା ସହ ରୋଗୀ ସେବା କ୍ଷେତ୍ରରେ ଉନ୍ନତି ଆସିପାରିବ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.