ETV Bharat / city

Sri Jagannath temple act 1954: ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଉମାକାନ୍ତ

author img

By

Published : Jan 5, 2022, 7:41 PM IST

Sri Jagannath temple act 1954: ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଉମାକାନ୍ତ
Sri Jagannath temple act 1954: ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଉମାକାନ୍ତ

ଶ୍ରୀଜଗନ୍ନାଥ ମନ୍ଦିର ଅଧିନିୟମ 1954 ସଂଶୋଧନ (Amendment of sri Jagannath temple act 1954) ସମ୍ପର୍କିତ କ୍ୟାବିନେଟ ନିଷ୍ପତ୍ତି ପରେ ମୁଖ୍ୟମନ୍ତ୍ରୀଙ୍କୁ ସତ୍ୟବାଦୀ ବିଧାୟକ ଉମାକାନ୍ତ ସମନ୍ତରାୟ ଧନ୍ୟବାଦ ଜଣାଇଛନ୍ତି । ଅଧିକ ପଢନ୍ତୁ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଲେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ । ଶ୍ରୀଜଗନ୍ନାଥ ମନ୍ଦିର ଅଧିନିୟମ 1954 ସଂଶୋଧନ ସମ୍ପର୍କିତ କ୍ୟାବିନେଟ ନିଷ୍ପତ୍ତି (Amendment of sri jagannath temple act 1954) ପରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Sri Jagannath temple act 1954: ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଉମାକାନ୍ତ

ବିଜେଡି ବିଧାୟକ ଉମାକାନ୍ତ କହିଛନ୍ତି ଯେ, ଦୀର୍ଘଦିନ ହେଲା ଏ ପ୍ରସଙ୍ଗରେ ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଲୋକ ଦାବି କରି ଆସୁଥିଲେ । ଏହି ନିଷ୍ପତ୍ତି ଦ୍ୱାରା ଖୋର୍ଦ୍ଧା, ଜଟଣୀ ଓ ପୁରୀ ଅଞ୍ଚଳର 10 ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ମଧ୍ୟ ମୁଖ୍ୟମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, ଆଇନ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ରାଜସ୍ୱ ସଚିବ ଓ 5ଟି ସଚିବଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଶ୍ରୀଜଗନ୍ନାଥ ମନ୍ଦିର ଅଧିନିୟମ ୧୯୫୪ ସଂଶୋଧନ ସମ୍ପର୍କିତ ପ୍ରସ୍ତାବକୁ ଆଜି ରାଜ୍ୟ କ୍ୟାବିନେଟ୍‌ ମଞ୍ଜୁରୀ ଦେଇଛି । ଏ ନେଇ ଅଧ୍ୟାଦେଶ ଜାରୀ ହେବା ଦ୍ୱାରା ପରିଚାଳନା କମିଟିରେ ଅଧୀନରେ ଥିବା ସ୍ଥାବର ସମ୍ପତ୍ତି, ଜମିବାଡିର ମାଲିକାନା ସ୍ୱତ୍ତ୍ୱ ପରିବର୍ତ୍ତନ ହୋଇପାରିବ । ମାଲିକାନା ସ୍ୱତ୍ତ୍ୱ ପରିବର୍ତ୍ତନ ଓ ତୁରନ୍ତ ଫୈସଲା ପାଇଁ କାର୍ଯ୍ୟକାରୀ ହେବ । ସରକାରଙ୍କ ବିନା ଅନୁମୋଦନରେ କେତେକ ସରକାରୀ ଅଧିକାରୀ, ମନ୍ଦିର କାର୍ଯ୍ୟକାରୀ ସଭାପତି, ମୁଖ୍ୟ ପ୍ରଶାସକ, ମନ୍ଦିର ପ୍ରଶାସକ, ଉପପ୍ରଶାସକ ପ୍ରମୁଖଙ୍କୁ ନିର୍ଦ୍ଦିଷ୍ଟ ପରିମିତ ଜମିର ହସ୍ତାନ୍ତରିକରଣ ପାଇଁ କ୍ଷମତା ପ୍ରଦାନ କରାଯିବ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.