ETV Bharat / city

ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ, ମୌସୁମୀ ଓ ରଥଯାତ୍ରା ଆସୁଥିବାରୁ ପ୍ରକଳ୍ପ କାର୍ଯ୍ୟରେ ସହଯୋଗ ପାଇଁ ବିଜେଡିର ଆହ୍ବାନ

author img

By

Published : May 25, 2022, 7:59 PM IST

ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ସେ କହିଛନ୍ତି ଯେ, ପରିଚାଳନା କମିଟି ଦ୍ବାରା ଅନୁମୋଦନ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଓଡିଶା ସରକାରଙ୍କ ନିକଟକୁ ଆସିଥିଲା । ଯାହାକୁ ସରକାର ଅନୁମୋଦନ କରିପାରିଥାନ୍ତେ । କିନ୍ତୁ ଏହା କରିବା ବଦଳରେ ପ୍ରକଳ୍ପକୁ ଓଡିଶା ବିଧାନସଭା ମାଧ୍ୟମରେ ଓଡିଶାର ଲୋକଙ୍କ ନିକଟକୁ ନେବାକୁ ନିଷ୍ପତ୍ତି ନିଆଯାଇଥିଲା । ଅଧିକ ପଢନ୍ତୁ

ବିଜେଡିର ଆହ୍ବାନ
ବିଜେଡିର ଆହ୍ବାନ

ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ ଏବଂ ଅନୁମୋଦନ କରାଯାଇଛି । ପ୍ରଥମତଃ ସାଧାରଣ ଲୋକେ ଏବଂ ବିଭିନ୍ନ ସଂଗଠନର ମତାମତ ପାଇଁ ଏହି ଯୋଜନାକୁ ପବ୍ଲିକ ଡୋମେନରେ ରଖାଯାଇଛି । ଏହାପରେ ପରିଚାଳନା କମିଟି ଦ୍ବାରା ଏହି ଯୋଜନା ଅନୁମୋଦନ କରାଯାଇଥିଲା ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ମୌସୁମୀ ଓ ରଥଯାତ୍ରା ଆସୁଥିବାରୁ ପ୍ରକଳ୍ପ କାର୍ଯ୍ୟରେ ସହଯୋଗ କରିବାକୁ ସେ ଆହ୍ବାନ କରିଛନ୍ତି ।

ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ସେ କହିଛନ୍ତି ଯେ, ପରିଚାଳନା କମିଟି ଦ୍ବାରା ଅନୁମୋଦନ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଓଡିଶା ସରକାରଙ୍କ ନିକଟକୁ ଆସିଥିଲା । ଯାହାକୁ ସରକାର ଅନୁମୋଦନ କରିପାରିଥାନ୍ତେ । କିନ୍ତୁ ଏହା କରିବା ବଦଳରେ ପ୍ରକଳ୍ପକୁ ଓଡିଶା ବିଧାନସଭା ମାଧ୍ୟମରେ ଓଡିଶାର ଲୋକଙ୍କ ନିକଟକୁ ନେବାକୁ ନିଷ୍ପତ୍ତି ନିଆଯାଇଥିଲା ।

ସେଠାରେ ଏହି ଯୋଜନାଟି ସମସ୍ତ ବିଧାୟକଙ୍କ ଦ୍ବାରା ସର୍ବସମ୍ମତି କ୍ରମେ ପାରିତ ହୋଇଛି । ଯୋଜନା ଅନୁମୋଦନ ହେବା ପରେ ଏହାକୁ ଜାତୀୟ ଐତହ୍ୟ ପ୍ରାଧିକରଣ (ଏନଏମଏ)କୁ ପଠାଯାଇଥିଲା । ଯିଏ କି ପ୍ରସ୍ତାବକୁ ଅନୁମୋଦନ କରିଥିଲେ । ଏନଏମଏର ଅନୁମୋଦନ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା ।

ଏହି ସମାରୋହ ପାଇଁ ସମସ୍ତ ରାଜନୈତିକ ଦଳର ନେତାଙ୍କ ସହିତ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରାଯାଇଥିଲା । ଏହା ପରେ କାମ ଆରମ୍ଭ ହୋଇଛି । ଏଏସଆଇ କିଛି ପରାମର୍ଶ ଦେଇଥିଲା ଯାହା ବିଧିବଦ୍ଧ ଭାବରେ ସାମିଲ କରାଯାଇଛି । ସେହି ଅନୁଯାୟୀ ସଂଶୋଧନ କରାଯାଇଛି । ସାଧାରଣ ଲୋକ ଏବଂ ବିଭିନ୍ନ ସଂଗଠନ ସହିତ ପରାମର୍ଶ କରାଯାଇଛି । ଏହା ପରେ ବିଧାନସଭା ଦ୍ବାରା ଏହି ଯୋଜନାକୁ ସର୍ବସମ୍ମତି କ୍ରମେ ପାସ ହୋଇଛି । ଏବଂ ପରବର୍ତ୍ତୀ ସମୟରେ ଏନଏମଏ ଦ୍ବାରା ଏହି ଯୋଜନା ଅନୁମୋଦନ ହେବାପରେ କାର୍ଯ୍ୟକାରୀ ହେଉଛି । ଆଗକୁ ମୌସୁମୀ ଓ ରଥଯାତ୍ରା ଆସୁଛି । ତେଣୁ ସମସ୍ତେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ସମର୍ଥନ କରିବା ଉଚିତ ବୋଲି ଲେନିନ କହିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.