ETV Bharat / city

ଧର୍ମେନ୍ଦ୍ର ସାହୁ ମୃତ୍ୟୁ ମାମଲା: ମନ୍ତ୍ରୀ ସମୀର ଦାସଙ୍କୁ ତଦନ୍ତ ପରିସର ଭୁକ୍ତ କରିବାକୁ BJPର ଦାବି

author img

By

Published : Sep 26, 2022, 8:20 AM IST

ଧର୍ମେନ୍ଦ୍ର ସାହୁ ମୃତ୍ୟୁ ମାମଲା: ସମୀର ଦାସଙ୍କୁ ତଦନ୍ତ ପରିସର ଭୁକ୍ତ କରିବାକୁ ବିଜେପିର ଦାବି
ଧର୍ମେନ୍ଦ୍ର ସାହୁ ମୃତ୍ୟୁ ମାମଲା: ସମୀର ଦାସଙ୍କୁ ତଦନ୍ତ ପରିସର ଭୁକ୍ତ କରିବାକୁ ବିଜେପିର ଦାବି

ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକୁ ନେଇ ତେଜୁଛି ରାଜନୀତି । ଭୁବନେଶ୍ବର ସାଙ୍ଗଠନିକ ଜିଲ୍ଲା ବିଜେପି ଏଥିରେ ଗଣଶିକ୍ଷାମନ୍ତ୍ରୀ ସମୀର ଦାସଙ୍କ ସମ୍ପୃକ୍ତି ଅଭିଯୋଗ କରି ବିକ୍ଷୋଭ ପ୍ରଦର୍ଶନ କରିଛି । ଅଧିକ ପଢ଼ନ୍ତୁ

ଭୁବନେଶ୍ବର: ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକୁ ନେଇ ତେଜୁଛି ରାଜନୀତି । ଭୁବନେଶ୍ବର ସାଙ୍ଗଠନିକ ଜିଲ୍ଲା ବିଜେପି ପକ୍ଷରୁ ଏନେଇ ରବିବାର ରାମ ମନ୍ଦିର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ଏଥିରେ ସମ୍ପୃକ୍ତି ନେଇ ବିଜେପି ଅଭିଯୋଗ କରିଛି ।

ଧର୍ମେନ୍ଦ୍ର ସାହୁ ମୃତ୍ୟୁ ମାମଲା

ପୁରୀ ଜିଲ୍ଲା ଗୋପ ବ୍ଲକର ୧୧ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଶନିବାର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା । ଶିଶୁପାଳଗଡ ଲକ୍ଷ୍ମୀବିହାର ସ୍ଥିତ ଘରୁ ତାଙ୍କ ମୃତଦେହ ଉଦ୍ଧାର କରିଥିଲା ପୋଲିସ । ତେବେ ଏହା ଆତ୍ମହତ୍ୟା ନା ହତ୍ୟା ତାହା ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ । ଏହା ପଛରେ ପରୋକ୍ଷ ବା ପ୍ରତ୍ୟକ୍ଷରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କର ସମ୍ପୃକ୍ତି ଥିବା ନେଇ ଚର୍ଚ୍ଚା ହେଉଛି । ମୃତ୍ୟୁ ପୂର୍ବରୁ ତାଙ୍କର ଦୁଇଟି ଫୋନରେ ଅନେକ ଗୁମର ଥିବା ସେ ଫେସବୁକରେ ଭିଡିଓ ମାଧ୍ୟମରେ କହିଥିଲେ । କୌଣସି ରାଜନୈତିକ ବିବାଦରୁ ତାଙ୍କ ଘରେ ଝଡ଼ ସୃଷ୍ଟି ହୋଇଥିବା ମଧ୍ୟ କହିଥିଲେ । ଏନେଇ ଏକ ପୋଷ୍ଟ ମଧ୍ୟ କରିଥିଲେ । ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହା ପଛରେ ପାରିବାରିକ କଳହ ନାଁ ଆଉ କିଛି କାରଣ ରହିଛି ସେନେଇ ତଦନ୍ତ କରୁଛି ପୋଲିସ ।

ଧର୍ମେନ୍ଦ୍ରଙ୍କ ମୃତ୍ୟୁକୁ ନେଇ ରାଜ୍ୟ ରାଜନୀତି ତେଜିବାରେ ଲାଗିଛି । ରବିବାର ଘଟଣାର ନିରପେକ୍ଷ ତଦନ୍ତ ସହ ମନ୍ତ୍ରୀ ସମୀର ଦାସଙ୍କ ସମ୍ପୃକ୍ତି ନେଇ ଖୁଲାସା କରିବା ପାଇଁ ଡିସିପିଙ୍କ ଆଗରେ ଦାବି ରଖିଛି କଂଗ୍ରେସ । ଏଥିରେ ଯିଏ ସମ୍ପୃକ୍ତ ଥିବେ, ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଦାବି କରିଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟ । ଧର୍ମେନ୍ଦ୍ରଙ୍କ ମୋବାଇଲକୁ ସମ୍ପୂର୍ଣ୍ଣ ଯାଞ୍ଚ କରିବାକୁ ମଧ୍ୟ ଦାବି କରିଛି କଂଗ୍ରେସ ।

ଏହା ମଧ୍ୟ ପଢ଼ନ୍ତୁ: ଧର୍ମେନ୍ଦ୍ରଙ୍କ ମୃତ୍ୟୁ ନେଇ ତେଜିଲା ରାଜନୀତି, ନିରପେକ୍ଷ ତଦନ୍ତ ଦାବି କଲା କଂଗ୍ରେସ

ସେହିଭଳି ବିଜେପି ମଧ୍ୟ ଏନେଇ ବିକ୍ଷୋଭ ପ୍ରଦର୍ଶନ କରିଛି । ଭୁବନେଶ୍ବର ସାଙ୍ଗଠନିକ ଜିଲ୍ଲା ବିଜେପି ପକ୍ଷରୁ ବିଜେପି କାର୍ଯ୍ୟାଳୟରୁ ଏକ ପ୍ରତିବାଦ ରାଲି ବାହାରି ରାମ ମନ୍ଦିର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁରେ ଗଣଶିକ୍ଷାମନ୍ତ୍ରୀ ସମୀର ଦାସଙ୍କ ସମ୍ପୃକ୍ତି ନେଇ ବିଜେପି ଅଭିଯୋଗ କରିଛି । ମନ୍ତ୍ରୀଙ୍କୁ ତଦନ୍ତ ପରିସର ଭୁକ୍ତ କରିବା ପାଇଁ ଆଜି ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଏହି ବିକ୍ଷୋଭ କରାଯାଇଛି । ସେହିଭଳି ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ବିଜେପି । ଯଦି ମନ୍ତ୍ରୀଙ୍କର ଏଥିରେ କୌଣସି ସମ୍ପୃକ୍ତି ନାହିଁ ତେବେ ସେ କାହିଁକି ଗଣମାଧ୍ୟମ ଆଗରେ ଉତ୍ତର ରଖିଲେ ନାହିଁ ବୋଲି ପ୍ରଶ୍ନ କରିଛନ୍ତି ଭୁବନେଶ୍ବର ଯୁବ ବିଜେପି ସଭାପତି ସ୍ବୟଂ ସେବକ ରାୟ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.