ଅଫେରା ରାଇଜରେ ରାଇମୋହନ, ଶୋକରେ ବୁଡିଲା ସିନେଜଗତ

author img

By

Published : Jun 24, 2022, 4:32 PM IST

Updated : Jun 24, 2022, 8:23 PM IST

ରାଇମୋହନ ପରିଡାଙ୍କୁ ଶ୍ରଦ୍ଧାଞ୍ଜଳି
ରାଇମୋହନ ପରିଡାଙ୍କୁ ଶ୍ରଦ୍ଧାଞ୍ଜଳି ()

ରାଇମୋହନ ପରିଡା ଆତ୍ମହତ୍ୟାକୁ ନେଇ ସାରା ଓଡିଶାରେ ଶୋକର ଛାୟା ଖେଳିଯାଇଛି । ଏପରି ଜଣେ ବିଶିଷ୍ଟ କଳାକାରଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିବା ସହ ବିଭିନ୍ନ ମହଲରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଅଧିକ ପଢନ୍ତୁ

ଭୁବନେଶ୍ବର: ଓଡିଆ ସିନେମାର ପ୍ରସିଦ୍ଧ ଖଳନାୟକ ରାଇମୋହନ ପରିଡା ତାଙ୍କ ଭୁବନେଶ୍ବର ସ୍ଥିତ ବାସଭବନରେ ଆତ୍ମହତ୍ୟା କରିଛନ୍ତି । ଯାହାକୁ ନେଇ ସାରା ଓଡିଶାରେ ଶୋକର ଛାୟା ଖେଳିଯାଇଛି । ଏପରି ଜଣେ ମହାନ କଳାକାରଙ୍କୁ ହରାଇ ସ୍ତବ୍ଧ ହୋଇଯାଇଛି ସିନେଜଗତ ।

  • ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ। ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ। ଅମର ଆତ୍ମାର ସଦଗତି କାମନା ସହ ଶୋକାକୁଳ ପରିବାରବର୍ଗଙ୍କ ପ୍ରତି ମୋ ସମବେଦନା ଜଣାଉଛି।

    — Naveen Patnaik (@Naveen_Odisha) June 24, 2022 " class="align-text-top noRightClick twitterSection" data=" ">
  • ଓଡ଼ିଆ ଚଳଚ୍ଚିତ୍ର, ମେଗା ଧାରାବାହିକ ଓ ଯାତ୍ରାଜଗତର ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ାଙ୍କ ଦୁଃଖଦ ବିୟୋଗ ବିଷୟରେ ଅବଗତ ହୋଇ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିଛନ୍ତି ଓ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗ ପ୍ରତି ସମବେଦନା ଜଣାଇଛନ୍ତି।

    — Governor Odisha (@GovernorOdisha) June 24, 2022 " class="align-text-top noRightClick twitterSection" data=" ">

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଦେଇ ଲେଖିଛନ୍ତି, ‘‘ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ। ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ। ଅମର ଆତ୍ମାର ସଦଗତି କାମନା ସହ ଶୋକାକୁଳ ପରିବାରବର୍ଗଙ୍କ ପ୍ରତି ମୋ ସମବେଦନା ଜଣାଉଛି ।’’

  • ଓଡ଼ିଆ ଚଳଚ୍ଚିତ୍ର ଜଗତର ବିଶିଷ୍ଟ ଅଭିନେତା ଶ୍ରୀ ରାଇମୋହନ ପରିଡାଙ୍କ ଆକସ୍ମିକ ବିୟୋଗ ଜନିତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ l ସେ ଉଭୟ ଚଳଚ୍ଚିତ୍ର ଓ ଯାତ୍ରା ଜଗତରେ ନିଜସ୍ଵ ପରିଚୟ ସ୍ରୁଷ୍ଟି କରିପାରିଥିଲେ l ସେ ପ୍ରତ୍ୟେକ ଅଭିନୟ କରିପାରୁଥିଲେ ବି ଖଳନାୟକ ଭୂମିକା ତାଙ୍କୁ ସ୍ଵତନ୍ତ୍ର ପରିଚୟ ଦେଇଥିଲା l

    — Biswa Bhusan Harichandan (@BiswabhusanHC) June 24, 2022 " class="align-text-top noRightClick twitterSection" data=" ">
  • ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ l ଅମର ଆତ୍ମାର ସଦଗତି କାମନା କରୁଛି | pic.twitter.com/WcMUxrB30w

    — Samir Ranjan Dash (@samirdash01) June 24, 2022 " class="align-text-top noRightClick twitterSection" data=" ">

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକବାର୍ତ୍ତାରେ ଲେଖିଛନ୍ତି, ‘‘ଓଡ଼ିଶା ସିନେ ଓ ଯାତ୍ରା ଜଗତରେ ତାଙ୍କ ଭଳି ଜଣେ ପ୍ରତିଭାବାନ ବ୍ୟକ୍ତିଙ୍କ ମୃତ୍ୟୁକୁ ବିଶ୍ୱାସ କରି ହେଉନାହିଁ । ଅଭିନୟ କ୍ଷେତ୍ରରେ ତାଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସ୍ୱତନ୍ତ୍ର ସ୍ଥାନ କେହି ନେଇପାରିବେ ନାହିଁ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।’’

  • ଓଡ଼ିଶା ସିନେ ଓ ଯାତ୍ରା ଜଗତରେ ତାଙ୍କ ଖଳନାୟକ ଭୂମିକା ଓ ଅମାୟିକ ବ୍ୟକ୍ତିଙ୍କ ମୃତ୍ୟୁ ବିଶ୍ୱାସ କରି ହେଉନାହିଁ। ଓଡ଼ିଶାର ଘରେ ଘରେ ଅଭିନୟ କ୍ଷେତ୍ରରେ ତାଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସ୍ୱତନ୍ତ୍ର ସ୍ଥାନ ଚିରସ୍ମରଣୀୟ ହୋଇରହିବ। ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି। ଓଁ ଶାନ୍ତି

    — Samir Mohanty (@SamirMohantyBJP) June 24, 2022 " class="align-text-top noRightClick twitterSection" data=" ">
  • ବଡ଼ ଦୁଃଖର ଖବର l ଓଡିଶା ର ବିଶିଷ୍ଟ କଳାକାର ରାଇମୋହନ ପରିଡାଙ୍କ ଆତ୍ମହତ୍ୟା. @otvnews @kanak_news

    — Sritam Das (@SritamDas) June 24, 2022 " class="align-text-top noRightClick twitterSection" data=" ">

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated :Jun 24, 2022, 8:23 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.