ETV Bharat / city

ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ରୂପେ ବିକଶିତ ହେବ ଚନ୍ଦ୍ରଭାଗା ଓ ତଳସାରୀ ବେଳାଭୂମି

author img

By

Published : Jan 12, 2021, 10:08 PM IST

ବେଳାଭୂମି ପର୍ଯ୍ୟଟନ କ୍ଷେତ୍ରରେ ନୂଆ ମାଇଲଖୁଣ୍ଟ । ଚନ୍ଦ୍ରଭାଗା ଓ ତଳସାରୀ ବେଳାଭୂମିକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ବିକଶିତ କରାଯିବ । ରାଜ୍ୟରେ ପର୍ଯ୍ୟଟନ କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ଉପଯୋଗ କରି ଦେଶବିଦେଶର ପର୍ଯ୍ୟଟକ ମାନଙ୍କୁ ଆକର୍ଷିତ କରିବା ପାଇଁ ରାଜ୍ୟ ସରକାର ଏକ ଉଚ୍ଚାଭିଳାଷ ଯୋଜନା ପ୍ରସ୍ତୁତ କରିଛନ୍ତି । ଅଧିକ ପଢନ୍ତୁ...

ଚନ୍ଦ୍ରଭାଗା ଓ ତଳସାରୀ ବେଳାଭୂମିକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ କରାଯିବ ବିକଶିତ
ଚନ୍ଦ୍ରଭାଗା ଓ ତଳସାରୀ ବେଳାଭୂମିକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ କରାଯିବ ବିକଶିତ

ଭୁବନେଶ୍ବର: ପର୍ଯ୍ୟଟନ ରାଜ୍ୟ ସରକାରଙ୍କର ଅଗ୍ରାଧିକାର କ୍ଷେତ୍ର ଭାବରେ ବିକାଶ ଲାଭ କରିବା ଆରମ୍ଭ କରିଛି । ରାଜ୍ୟରେ ପର୍ଯ୍ୟଟନ କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ଉପଯୋଗ କରି ଦେଶବିଦେଶର ପର୍ଯ୍ୟଟକ ମାନଙ୍କୁ ଆକର୍ଷିତ କରିବା ପାଇଁ ରାଜ୍ୟ ସରକାର ଏକ ଉଚ୍ଚାଭିଳାଷ ଯୋଜନା ପ୍ରସ୍ତୁତ କରିଛନ୍ତି ।



ବେଳାଭୂମି ପର୍ଯ୍ୟଟନ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ଭାବରେ, ରାଜ୍ୟରେ ପୁରୀ କୋଣାର୍କ ମେରାଇନ ଡ୍ରାଇଭର ଚନ୍ଦ୍ରଭାଗା ଏବଂ ବାଲେଶ୍ବରର ତଳସାରୀ-ଉଦୟପୁର ବେଳାଭୂମିରେ ଭିତ୍ତିଭୂମିର ବିକାଶ କରି ଆନ୍ତର୍ଜାତିକ ପର୍ଯ୍ୟଟନ କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ରାଜ୍ୟ ସରକାର ପ୍ରୟାସ ଆରମ୍ଭ କରିଛନ୍ତି । ଅଜି (ମଙ୍ଗଳବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁଇଟି ମହତ୍ୱକାଂକ୍ଷୀ ଯୋଜନାର ଭୂପାୟନ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ବିସ୍ତୃତ ଆଲୋଚନା କରିଥିଲେ ।



ଏହି ଯୋଜନାରେ ପୁରୀ-କୋଣାର୍କ ବେଳାଭୂମିର ଚନ୍ଦ୍ରଭାଗା ଠାରେ ୧ କିଲୋମିଟର ବ୍ୟାପୀ ଅଞ୍ଚଳର ବିକାଶ କରାଯିବ । ଏଥିପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାରେ ଜଳକ୍ରୀଡା, ଆମୋଦପ୍ରମୋଦ, ସୁଦୃଶ୍ୟ ଚଲାପଥ, ସାଇକେଲ ଟ୍ରାକ୍, ସମୁଦ୍ରର କୂଳେ କୂଳେ କାଠର ଚଲାପଥ, ମୁକ୍ତ ରଙ୍ଗମଞ୍ଚ, ଛୋଟ ପିଲାଙ୍କ ଖେଳ ପାଇଁ ଅଞ୍ଚଳ-ପୂର୍ଯ୍ୟୋଦୟ ଦେଖିବା ପାଇଁ ମଞ୍ଚ, ଦୁଃସାହସିକ କ୍ରୀଡା ଆଦି ଅତ୍ୟାଧୁନିକ ସୁବିଧା ସେହିସବୁ ସ୍ଥାନ ମାନଙ୍କରେ ଉପଲବ୍ଧ ହେବ । ଏତଦ୍‌ବ୍ୟତୀତ ଆଧୁନିକ ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥା, ଲ୍ୟାଣ୍ଡସ୍କାପିଂ, ବାଲି ସୁରକ୍ଷା ବ୍ୟବସ୍ଥା, ସୌର ଅଲୋକ ସୁବିଧା ସହିତ ସ୍ଥାନୀୟ ଲୋକଙ୍କ ଅଂଶଗ୍ରହଣକୁ ଉତ୍ସାହିତ କରାଯିବ । ଏହି କାର୍ଯ୍ୟ ଏକ ବର୍ଷ ମଧ୍ୟରେ ସମ୍ପୂର୍ଣ୍ଣ କରିବା ଲକ୍ଷ୍ୟ ରଖାଯାଇଥିବା ବେଳେ ପର୍ଯ୍ୟଟକମାନେ କେବଳ ଦିନ ସମୟରେ ହିଁ ଏହିସବୁକୁ ଉପଭୋଗ କରିପାରିବେ ।



ଅନ୍ୟପକ୍ଷରେ ବାଲେଶ୍ବରର ତଳସାରୀର ବେଳାଭୂମିରେ ପର୍ଯ୍ୟଟକମାନେ ଏକାଧିକ ଦିନ ରହଣୀ କରି ଯେଭଳି ବେଳାଭୂମିର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ । ସେଥିପାଇଁ ସେଠାରେ ୨.୪ କିଲୋମିଟର ଅଞ୍ଚଳକୁ ବିକଶିତ କରାଯିବ । ଏଥିପାଇଁ ସେଠାରେ ତାରକା ହୋଟେଲ ଏବଂ ବଜେଟ ହୋଟେଲ ନିର୍ମାଣ କରିବା ପାଇଁ ଉତ୍ସାହିତ କରାଯିବ । ଏହି ବେଳାଭୂମିର ସୌନ୍ଦର୍ଯ୍ୟକୁ ପର୍ଯ୍ୟଟକମାନେ ଯେପରି ମନଭରି ଉପଭୋଗ କରିପାରିବେ, ସେଥିପାଇଁ ରୁଚିପୂର୍ଣ୍ଣ ଭାବରେ ପାଭିଲିଅନ ସହିତ ବର୍ଷା ଆଶ୍ରୟସ୍ଥଳ, କିୟସ୍କ, ସିଟିଂ ଆଇଲ୍ୟାଣ୍ଡ, ସୋଲାର ଫଟୋ ଭୋଲଟକ୍ ପ୍ୟାନେଲ, ଆମଫି ଥିଏଟର, ରେଷ୍ଟୁରାଁ ଆଦି ପର୍ଯ୍ୟଟକମାନଙ୍କ ଉପଭୋଗ ପାଇଁ କରାଯିବ । ଏତଦ୍‌ବ୍ୟତୀତ ପର୍ଯ୍ୟଟକମାନଙ୍କୁ ଓଡିଶାର କଳା ସଂସ୍କୃତି ସହ ପରିଚିତ କରିବା ପରେ ଆର୍ଟ ଆଣ୍ଡ କ୍ରାଫ୍ଟ ପ୍ଲାଜା ମଧ୍ୟ ନିର୍ମାଣ କରାଯିବ ।

ଚନ୍ଦ୍ରଭାଗା ଓ ତଳସାରୀ ବେଳାଭୂମିକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ କରାଯିବ ବିକଶିତ

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.