ETV Bharat / city

ଆସନ୍ତା ୨୦ରେ ମାଲକାନଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ସ୍ମାର୍ଟ ହେଲଥ୍‌ କାର୍ଡ

author img

By

Published : Aug 16, 2021, 11:20 AM IST

ଆସନ୍ତା ୨୦ରେ ମାଲକାନଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଆସନ୍ତା ୨୦ରେ ମାଲକାନଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆସନ୍ତା ୨୦ରେ ମାଲକାନଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ଼ର ଦ୍ଵିତୀୟ ଲହର ପରେ ପ୍ରଥମ ଥର ଜିଲ୍ଲା ଗସ୍ତରେ ଯିବେ ନବୀନ । ଅଧିକ ପଢନ୍ତୁ...

ଭୁବନେଶ୍ବର: ଆସନ୍ତା ୨୦ରେ ମାଲକାନଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ଼ର ଦ୍ଵିତୀୟ ଲହର ପରେ ପ୍ରଥମ ଥର ଜିଲ୍ଲା ଗସ୍ତରେ ଯିବେ ନବୀନ । ଦିନିକିଆ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ଲୋକଙ୍କୁ ବାଣ୍ଟିବେ । ଏହା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ, ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।

ଗମନାଗମନ, ସ୍ୱାସ୍ଥ୍ୟ, ପାନୀୟଜଳ, ଜଳସମ୍ପଦ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ପଞ୍ଚାୟତି ନିର୍ବାଚନ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇନଥିବା ବେଳେ ଏନେଇ ପ୍ରସ୍ତୁତି ଜୋରଦାର କରିଛି ବିଜୁ ଜନତା ଦଳ । ତେବେ ଗସ୍ତରୁ ନିର୍ବାଚନ ଲାଗି ଏକପ୍ରକାର ପ୍ରଚାର ଆରମ୍ଭ କରିବ ଦଳ । ଅନ୍ୟ ପଟେ ୧୯ ତାରିଖରୁ ବିଜେପିର ଆଶୀର୍ବାଦ ଯାତ୍ରା ଆରମ୍ଭ ହେଇଯାଇଛି । ଏନେଇ ରାଜ୍ୟରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ ବିଭିନ୍ନ ଜିଲ୍ଲା ଗସ୍ତ କରି ଲୋକଙ୍କ ସହିତ ମିଶିବା ସହ ସଭା ମଧ୍ୟ କରିବେ । ଏହାକୁ କାଉଣ୍ଟର କରିବା ଲାଗି ମୁଖ୍ୟମନ୍ତ୍ରୀ ମାଲକାନଗିରି ଗସ୍ତ କରୁଥିବା କୁହାଯାଉଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.