ETV Bharat / city

ନୂଆ ରୂପ ପାଇବ କଟକ ଚଣ୍ଡୀ ମନ୍ଦିର: ଖର୍ଚ୍ଚ ହେବ ୭୦ କୋଟି, ଲାଗିବ ବର୍ଷେ

author img

By

Published : May 19, 2022, 7:27 PM IST

Updated : May 19, 2022, 10:51 PM IST

ନୂଆ ରୂପ ପାଇବ କଟକ ଚଣ୍ଡୀ ମନ୍ଦିର: ଖର୍ଚ୍ଚ ହେବ ୭୦ କୋଟି, ଲାଗିବ ବର୍ଷେ
ନୂଆ ରୂପ ପାଇବ କଟକ ଚଣ୍ଡୀ ମନ୍ଦିର: ଖର୍ଚ୍ଚ ହେବ ୭୦ କୋଟି, ଲାଗିବ ବର୍ଷେ

କଟକର ଅଧିଷ୍ଠାତ୍ରୀ ଦେବୀ ମା' କଟକ ଚଣ୍ଡୀ ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏଥିଲାଗି ୭୦ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବା ବେଳେ ବର୍ଷେ ଲାଗିବ ବୋଲି ଜଣାପଡ଼ିଛି । ଅଧିକ ପଢନ୍ତୁ

ଭୁବନେଶ୍ବର: ବିକଶିତ ହେବ କଟକର ଅଧିଷ୍ଠାତ୍ରୀ ଦେବୀ ମା' କଟକ ଚଣ୍ଡୀ ପୀଠ । ହଜାର ହଜାର ଭକ୍ତଙ୍କ ଆସ୍ଥା ଓ ବିଶ୍ବାସର ପୀଠକୁ ମିଳିବ ନୂଆ ରୂପ । ଏହି ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି(ଗୁରୁବାର) ଅନୁମୋଦନ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । କାମ ୧ ବର୍ଷରେ ଶେଷ ହେବ । ଭକ୍ତ ମାନଙ୍କ ପାଇଁ ବିଭନ୍ନ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବ । 5T ଅଧୀନରେ ଐତିହ୍ୟ, ସ୍ମାରକୀ ଏବଂ ପର୍ଯ୍ୟଟନ ସ୍ଥଳର ସମନ୍ବିତ ବିକାଶ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି । କଟକ ସହରର ସାମଗ୍ରିକ ବିକାଶରେ ଚଣ୍ଡୀ ମନ୍ଦିରର କୟାକଳ୍ପ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଏ ଦିଗରେ କଟକ ବାସୀଙ୍କ ସକ୍ରିୟ ସହଯୋଗ କାମନା କରିଥିଲେ । ପୂର୍ତ୍ତ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏହି ଯୋଜନା ବିଷୟରେ ଉପସ୍ଥାପନା କରାଯାଇଛି ।

ନୂଆ ରୂପ ପାଇବ କଟକ ଚଣ୍ଡୀ ମନ୍ଦିର: ଖର୍ଚ୍ଚ ହେବ ୭୦ କୋଟି, ଲାଗିବ ବର୍ଷେ

OBCC ଦ୍ବାରା ପ୍ରସ୍ତୁତ ଏହି ଯୋଜନା ଅନୁଯାୟୀ ମନ୍ଦିର ପରିସରକୁ ଅଧିକ ଆକର୍ଷଣୀୟ କରାଯିବ । ମନ୍ଦିର ଚତୁଃପାର୍ଶ୍ବରେ ପଥର ପାଚେରୀ ନିର୍ମାଣ ସହିତ ୪ ଦିଗରେ ୪ଟି ଦ୍ବାର ନିର୍ମାଣ କରାଯିବ । ଏହା ସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ । ମନ୍ଦିର ପରିସରରେ ଖଣ୍ଡାଲାଇଟସ୍‌ ପଥର ବିଛାଯିବା ସହିତ ଆଲୋକୀକରଣ କରାଯିବ ଏବଂ CCTV ମଧ୍ୟ ଲଗାଯିବ । ବାଟମଙ୍ଗଳା ମନ୍ଦିର ମଧ୍ୟ ପୁନଃ ନିର୍ମାଣ କରାଯିବ । ଯାତ୍ରୀମାନେ ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମା'ଙ୍କ ଦର୍ଶନ କରିପାରିବେ । ସେଥିପାଇଁ ପୋଲିସ କଣ୍ଟ୍ରୋଲ ରୁମ୍‌, କ୍କକ ରୁମ, ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ, ବ୍ୟାଖାନ କେନ୍ଦ୍ର ଆଦି ବ୍ୟବସ୍ଥା ଉପରେ ଗୁରୁତ୍ବ ଦିଆଯିବ । ଏହା ସହିତ ଯାତ୍ରୀମାନଙ୍କ ରହିବା ପାଇଁ ଯାତ୍ରୀ ନିବାସ । ବିସ୍ଥାପିତ ଦୋକାନୀ ମାନଙ୍କ ପାଇଁ ୧୮ଟି ଦୋକାନ, ମନ୍ଦିର ପରିସରରେ ସେବାୟତ ମାନଙ୍କ ପାଇଁ ବିଶ୍ରାମ ଗୃହ, ଅଫିସ ଗୃହ ଆଦି ନିର୍ମାଣ କରାଯିବ । ପାର୍କିଂ ସହିତ ଖୋଲାସ୍ଥାନ ଓ ଲ୍ୟାଣ୍ଡସ୍କେପିଂ ମଧ୍ୟ ବିକାଶ କରାଯିବ ।

ନୂଆ ରୂପ ପାଇବ କଟକ ଚଣ୍ଡୀ ମନ୍ଦିର
ନୂଆ ରୂପ ପାଇବ କଟକ ଚଣ୍ଡୀ ମନ୍ଦିର

OBCC ଜରିଆରେ ଯୋଜନା କାର୍ଯ୍ୟକାରୀ ହେବ । ଏହି ଯୋଜନାରେ ପାରିପାର୍ଶ୍ବିକ ଅଞ୍ଚଳର ବିକାଶ ସହ ମନ୍ଦିର ନିକଟରେ ଭାରୀଯାନ ନିୟନ୍ତ୍ରଣ, ଯାତ୍ରୀଙ୍କ ପାଇଁ ବିଭିନ୍ନ ମୌଳିକ ସୁବିଧା, ଜଳ ନିଷ୍କାସନ ଆଦି ବିଭିନ୍ନ ସମସ୍ୟାର ସମାଧାନ ସହ କଟକ ଚଣ୍ଡୀ ମନ୍ଦିରକୁ ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ଗୁରୁତ୍ବରୋପ କରାଯାଇଛି । ଚଣ୍ଡୀ ମନ୍ଦିରଟି ରାସ୍ତାର ଅତ୍ୟନ୍ତ ନିକଟରେ ଥିବାରୁ ଭାରିଯାନ ଚଳାଚଳ, ଯାତ୍ରୀ ମାନଙ୍କ ନିରାପତ୍ତା ଉପରେ ବିପଦ ସୃଷ୍ଟି କରୁଛି । ତେଣୁ ଚଣ୍ଡୀ ମନ୍ଦିର ସମ୍ମୁଖ ରାସ୍ତାକୁ ବିଭକ୍ତ କରାଯିବ । ଜଳ ନିଷ୍କାସନକୁ ଦୃଷ୍ଟିର ରଖି ମନ୍ଦିର ଚଟାଣକୁ ଉଚ୍ଚା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।

ନୂଆ ରୂପ ପାଇବ କଟକ ଚଣ୍ଡୀ ମନ୍ଦିର: ଖର୍ଚ୍ଚ ହେବ ୭୦ କୋଟି, ଲାଗିବ ବର୍ଷେ
ନୂଆ ରୂପ ପାଇବ କଟକ ଚଣ୍ଡୀ ମନ୍ଦିର: ଖର୍ଚ୍ଚ ହେବ ୭୦ କୋଟି, ଲାଗିବ ବର୍ଷେ

ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବରିଷ୍ଠ ଅଧିକାରୀ, RDC, କଟକ ଜିଲ୍ଲା ପ୍ରଶାସନର ଅଧିକାରୀ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ ପାଣ୍ଡିଆନ ଆଲୋଚନା ସଂଯୋଜନା କରିଛନ୍ତି । ବୈଠକରେ ଯୋଗ ଦେଇଥିବା ମନ୍ଦିର ଟ୍ରଷ୍ଟ ବୋର୍ଡ ସଦସ୍ୟ ଓ ସେବାୟତଙ୍କ ପ୍ରତିନିଧି ମାନେ ଯୋଜନାର ଉଚ୍ଚ ପ୍ରଶଂସା କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । କଟକ ଚଣ୍ଡୀ ମନ୍ଦିର ରାଜ୍ୟର ଏକ ପ୍ରାଚୀନ ଶକ୍ତିପୀଠ । ବର୍ଷ ସାରା ହଜାର ହଜାର ଭକ୍ତ ମା'ଙ୍କ ଦର୍ଶନ ପାଇଁ ପ୍ରତିଦନ ଏଠାକୁ ଆସିଥାନ୍ତି । ଦୁର୍ଗାପୂଜା ସମୟରେ ମା'ଙ୍କ ଷୋଡଶ ଦିନାତ୍ମକ ପୂଜାରେ ମା'ଙ୍କ ବିଭିନ୍ନ ବେଶ ଦେଖିବା ପାଇଁ ଏଠାରେ ପ୍ରବଳ ଜନସମାବେଶ ହୋଇଥାଏ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5ଟି ସଚିବ ଭି.କେ ପାଣ୍ଡିଆନ ମା'ଙ୍କ ପୀଠକୁ ଯାଇ ବିକାଶ ସଂପର୍କରେ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ ।

ନୂଆ ରୂପ ପାଇବ କଟକ ଚଣ୍ଡୀ ମନ୍ଦିର: ଖର୍ଚ୍ଚ ହେବ ୭୦ କୋଟି, ଲାଗିବ ବର୍ଷେ
ନୂଆ ରୂପ ପାଇବ କଟକ ଚଣ୍ଡୀ ମନ୍ଦିର: ଖର୍ଚ୍ଚ ହେବ ୭୦ କୋଟି, ଲାଗିବ ବର୍ଷେ

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated :May 19, 2022, 10:51 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.