VSSUT ହେବ ରୂପାନ୍ତରିକରଣ, ୫ ବର୍ଷରେ ଖର୍ଚ୍ଚ ହେବ ୨୦୦୦ କୋଟି

author img

By

Published : Sep 17, 2022, 9:02 PM IST

Etv Bharat

ନବକଳେବର ହେବ ସମ୍ବଲପୁର ବୁର୍ଲା ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକନୋଲେଜି (Veer Surendra Sai University of Technology) । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି VSSUTର ଉନ୍ନତିକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦିତ କରିଛନ୍ତି । ଅଧିକ ପଢନ୍ତୁ

ଭୁବନେଶ୍ବର: ନବକଳେବର ହେବ ସମ୍ବଲପୁର ବୁର୍ଲା ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକନୋଲେଜି (Veer Surendra Sai University of Technology) । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି VSSUTର ଉନ୍ନତିକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦିତ କରିଛନ୍ତି । 2026 ସୁଦ୍ଧା ଏହି ଅନୁଷ୍ଠାନରେ ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢିବାର ବ୍ୟବସ୍ଥା କରାଯିବ । ଏଥିପାଇଁ ୩ଟି ପର୍ଯ୍ୟାୟରେ 2000 କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ମାଷ୍ଟରପ୍ଲାନ ଅନୁଯାୟୀ, ୨୦୩୦ ସୁଦ୍ଧା ଏହାକୁ Multi-Disciplinary Engineering & Research University ଭାବରେ ବିକଶିତ କରାଯିବ । ଏହା ଦେଶର ପ୍ରମୁଖ ଇଞ୍ଜିନିୟରିଂ ଅନୁଷ୍ଠାନ IIT ଓ NIT ପରି ସଂସ୍ଥା ମାନଙ୍କ ସହିତ ସମକକ୍ଷ ହେବ । ଏଥିରେ School of Engineering, Skill Development Centre, School of Medical Technology ଓ School of Basic Science ପରି ୭ଟି ସ୍କୁଲ ରହିବ । ଏହି ଅନୁଷ୍ଠାନରେ ୧୦ ହଜାର ୮୬୪ ଜଣ ଛାତ୍ରଛାତ୍ରୀ ପାଠ ପଢିବା ପାଇଁ ବ୍ୟବସ୍ଥା କରାଯିବ । ବର୍ତ୍ତମାନ ୨ ହଜାର ୮୪୯ ଛାତ୍ରଛାତ୍ରୀ ବିଭିନ୍ନ କୋର୍ସରେ ପାଠ ପଢୁଛନ୍ତି । ଏଥିରେ ୭ଟି ସ୍କୁଲରେ ୨୪ଟି ଇଞ୍ଜିନିୟରିଂ ପ୍ରୋଗ୍ରାମ, ୧୪ରୁ ଅଧିକ ବିଭାଗ ଓ ୨୭ ରୁ ଅଧିକ ଉତ୍କର୍ଷ କେନ୍ଦ୍ର ଗଠନ କରାଯିବ । ପ୍ରତ୍ୟେକ ସ୍କୁଲରେ ଶ୍ରେଣୀ ଗୃହ, ଲାବୋରେଟୋରୀ, ପ୍ରଫେସର ମାନଙ୍କ ଚାମ୍ବର ଓ ଗ୍ୟାଲେରୀ ରହିବ । ସମସ୍ତ ସ୍କୁଲରେ ଅତ୍ୟାଧୁନିକ ଗବେଷଣା କେନ୍ଦ୍ର ଓ ଲାବୋରେଟୋରୀ ସୁବିଧା ଉପଲବ୍ଧ ହେବ । ପ୍ରତ୍ୟେକ ଉତ୍କର୍ଷ କେନ୍ଦ୍ର ସହିତ ଶିଳ୍ପାନୁଷ୍ଠାନ ମାନଙ୍କର ସହଭାଗୀତା କରାଯିବ । ଏଥିରେ ଅତି କମରେ ଜଣେ ପୂର୍ବତନ ଛାତ୍ର ମେଣ୍ଟର ଭାବରେ ଦାୟିତ୍ବ ଗ୍ରହଣ କରିବେ ।

VSSUT ହେବ ରୂପାନ୍ତରିକରଣ, ୫ ବର୍ଷରେ ଖର୍ଚ୍ଚ ହେବ ୨୦୦୦ କୋଟି
VSSUT ହେବ ରୂପାନ୍ତରିକରଣ, ୫ ବର୍ଷରେ ଖର୍ଚ୍ଚ ହେବ ୨୦୦୦ କୋଟି

ଏହା ବି ପଢନ୍ତୁ- ମୁଖ୍ୟମନ୍ତ୍ରୀଙ୍କ ଚିଠି, 160 ଜନଜାତିଙ୍କୁ ST ତାଲିକାଭୁକ୍ତ କରିବାକୁ ଦାବି

ଏହାଦ୍ବାରା ପ୍ରତ୍ୟେକ ଉତ୍କର୍ଷ କେନ୍ଦ୍ର ଶିଳ୍ପାନୁଷ୍ଠାନ ମାନଙ୍କ ପାଇଁ ଅତ୍ୟାଧୁନିକ ଗବେଷଣା ଓ ପରାମର୍ଶ କେନ୍ଦ୍ର ଭାବରେ କାର୍ଯ୍ୟ କରିପାରିବ । ଗ୍ରାମ୍ୟ ଓ ସହରାଞ୍ଚଳର ଉନ୍ନତିକରଣ ପାଇଁ ଏକ ନୋଡାଲ ସେଣ୍ଟର ଭାବରେ ମଧ୍ୟ କାର୍ଯ୍ୟ କରିପାରିବ । ୩ ମାସ ମଧ୍ୟରେ ସମସ୍ତ ସ୍ମାର୍ଟ କ୍ଲାସ ରୁମ ନିର୍ମାଣ କାମ ସଂପୂର୍ଣ୍ଣ କରିବାକୁ ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ହଷ୍ଟେଲ ଓ ଅନ୍ୟାନ୍ୟ ସାଧାରଣ ମରାମତି କାମକୁ ତୁରନ୍ତ ଶେଷ କରାଯିବ । ଅନୁଷ୍ଠାନକୁ ୨୪ ଘଣ୍ଟିଆ ବିଦ୍ୟୁତ ବ୍ୟବସ୍ଥାର ସୁବିଧା କରାଯିବ । ମୁଖ୍ୟମନ୍ତ୍ରୀ ବିଶ୍ବବିଦ୍ୟାଳୟର କୁଳପତି ଓ ପ୍ରଫେସର ମାନଙ୍କ ସହିତ ଆଲୋଚନା କରିଛନ୍ତି । ସେମାନେ ସମସ୍ତେ ଏହି ରୂପାନ୍ତର କାର୍ଯ୍ୟର ଉଚ୍ଚପ୍ରଶଂସା କରିଛନ୍ତି । ଏହା ସହିତ ଏଥିପାଇଁ ପ୍ରତିବଦ୍ଧତା ସହ କାମ କରିବେ ବୋଲି ପ୍ରତିଶୃତି ଦେଇଛନ୍ତି ।

VSSUT ହେବ ରୂପାନ୍ତରିକରଣ, ୫ ବର୍ଷରେ ଖର୍ଚ୍ଚ ହେବ ୨୦୦୦ କୋଟି
VSSUT ହେବ ରୂପାନ୍ତରିକରଣ, ୫ ବର୍ଷରେ ଖର୍ଚ୍ଚ ହେବ ୨୦୦୦ କୋଟି

ଏହା ବି ପଢନ୍ତୁ- ଦୁଇ ଦିନିଆ ବିଦେଶ ଗସ୍ତର ଯିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

VSSUT ହେବ ରୂପାନ୍ତରିକରଣ, ୫ ବର୍ଷରେ ଖର୍ଚ୍ଚ ହେବ ୨୦୦୦ କୋଟି
VSSUT ହେବ ରୂପାନ୍ତରିକରଣ, ୫ ବର୍ଷରେ ଖର୍ଚ୍ଚ ହେବ ୨୦୦୦ କୋଟି

ଆଲୋଚନାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଦକ୍ଷତା ବିକାଶ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଉପସ୍ଥାପନା ରଖିଛନ୍ତି । ଗତ ଅଗଷ୍ଟ ମାସ ୨୫ ତାରିଖରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟି ସଚିବ ପ୍ରମୁଖ VSSUT ଗସ୍ତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ବୁର୍ଲା ଗସ୍ତ କରି ଏହାକୁ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ବିକଷିତ କରିବା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.