ETV Bharat / city

ବଡ଼ବାହାଲୀ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରକୁ ୨ଲକ୍ଷ ସହାୟତା ଘୋଷଣା

author img

By

Published : Jul 12, 2022, 4:02 PM IST

ବଲାଙ୍ଗୀର-ସୋନପୁର ବଡ଼ବାହାଲୀ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ । ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା । ଅଧିକ ପଢନ୍ତୁ

ବଡ଼ବାହାଲୀ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରକୁ ୨ ଲକ୍ଷ ସହାୟତା ଘୋଷଣା
ବଡ଼ବାହାଲୀ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରକୁ ୨ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ବର: ବଲାଙ୍ଗୀର-ସୋନପୁର ବଡ଼ବାହାଲୀ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ । ମୃତକଙ୍କ ପରିବାର ବର୍ଗଙ୍କୁ ସହାୟତା ରାଶି ପ୍ରଦାନ ନେଇ ଘୋଣଷଣା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ । ଏଥିସହ ଆହତମାନଙ୍କ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ।

ସୂଚନା ଅନୁଯାୟୀ, ଆଜି (ମଙ୍ଗଳବାର) ବଲାଙ୍ଗୀର-ସୋନପୁର ବଡ଼ବାହାଲୀ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିଲା । ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଏଥିସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଥନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.