ETV Bharat / city

ଉତ୍କଳ ଗୌରବ ମଧୁସୂଦନ ଦାସ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ଲୋକାର୍ପିତ

author img

By

Published : Apr 28, 2022, 7:44 PM IST

Updated : Apr 28, 2022, 9:07 PM IST

ନବୀନ ପଟ୍ଟନାୟକ
ନବୀନ ପଟ୍ଟନାୟକ

ଉତ୍କଳ ଗୌରବ ମଧୁସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ଲୋକାର୍ପିତ । ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପବିତ୍ର ଜୟନ୍ତୀ ଅବସରରେ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁର ଠାରେ 'ଉତ୍କଳ ଗୌରବ ମଧୁସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର' ଲୋକାର୍ପିତ କରିଛନ୍ତି । ଅଧିକ ପଢନ୍ତୁ

ଭୁବନେଶ୍ବର: ଉତ୍କଳ ଗୌରବ ମଧୁସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର (Museum & Interpretation Centre ) ଲୋକାର୍ପିତ । ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପବିତ୍ର ଜୟନ୍ତୀ ଅବସରରେ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁର ଠାରେ 'ଉତ୍କଳ ଗୌରବ ମଧୁସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର' ଲୋକାର୍ପିତ କରିଛନ୍ତି ।

ଉତ୍କଳ ଗୌରବ ମଧୁସୂଦନ ଦାସ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ଲୋକାର୍ପିତ

ଲୋକାର୍ପିତ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମଧୁ ବାବୁ ଥିଲେ ଓଡିଆ ସ୍ବାଭିମାନର ପ୍ରତୀକ । ତାଙ୍କ ଜୀବନୀ ହେଉଛି ଓଡିଆ ସ୍ବାଭିମାନର ଗୌରବମୟ ଗାଥା । ଭିଡିଓ କନ୍ଫରେନ୍ସିଂ ଜରିଆରେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଉତ୍କଳ ଗୌରବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ସେ ପୁଣି କହିଛନ୍ତି, ସତ୍ୟଭାମାପୁର ସବୁ ଓଡିଆଙ୍କ ପାଇଁ ଏକ ତୀର୍ଥ କ୍ଷେତ୍ର । ଏହି ସଂଗ୍ରହାଳୟ ସମସ୍ତଙ୍କୁ ବିଶେଷ କରି ଯୁବପିଢିଙ୍କୁ ଓଡିଆ ସ୍ବାଭିମାନର ସୁରକ୍ଷା ପାଇଁ ପ୍ରେରଣା ଯୋଗାଇବ । ସତ୍ୟଭାମାପୁରକୁ ଏକ ଆଦର୍ଶ ଗ୍ରାମ ରୂପେ ବିକାଶ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଗ୍ରାମକୁ ଏକ ଗୁରୁତ୍ବପୂର୍ଣ୍ଣ ପର୍ଯ୍ୟଟନସ୍ଥଳ ଭାବରେ ପରିଣତ କରିବା ପାଇଁ ସରକାରଙ୍କ ପଦକ୍ଷେପ ଜାରି ରହିବ । ମଧୁବାବୁଙ୍କ ଆଦର୍ଶରେ ଓଡିଶାକୁ ଶ୍ରେଷ୍ଠ ରାଜ୍ୟ କରିବା ପାଇଁ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମଧୁବାବୁଙ୍କ ଜାତି ପ୍ରୀତି ଓ ତ୍ୟାଗର ତୁଳନା ନାହିଁ । ଓଡିଆ ଜାତି ପାଇଁ ମଧୁବାବୁ ତାଙ୍କର ସବୁ କିଛି ତ୍ୟାଗ କରିଯାଇଛନ୍ତି । ତାଙ୍କ ପାଇଁ ଓଡିଆ ସ୍ବାଭିମାନ ଥିଲା ସବୁଠୁ ଉପରେ । ତା ସହ ସେ କେବେବି ସାଲିସ କରିନାହାନ୍ତି । ଏ ଜାତି ପାଇଁ ତାଙ୍କର ଅବଦାନ ତାଙ୍କୁ ଓଡିଆଙ୍କ ହୃଦୟରେ ଯୁଗ ଯୁଗ ପାଇଁ ଅମର କରି ରଖିବ । ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ଭାଷାକୁ ଭିତ୍ତିକରି ରାଜ୍ୟ ଗଠନ ପାଇଁ ମଧୁ ବାବୁଙ୍କ ଉଦ୍ୟମ, ତାଙ୍କର ଦୂର ଦୃଷ୍ଟିର ପରିଚୟ ଦିଏ । ସ୍ବାଧୀନତା ପରେ ଭାଷା ସୂତ୍ରରେ ହିଁ ଭାରତର ଅନେକ ରାଜ୍ୟ ଗଠିତ ହୋଇଛି । କିନ୍ତୁ ସେତେବେଳେ ଓଡିଶା ଥିଲା ଭାଷା ଭିତିରେ ଭାରତର ପ୍ରଥମ ରାଜ୍ୟ ।

ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ଯେ, ମଧୁ ବାବୁ ଥିଲେ ଓଡିଆ ଜାତିର ମୂଖ୍ୟ ପୁରୋଧା । ତାଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଆଜି ମଧୁ ସଂଗ୍ରହାଳୟ ଲୋକାର୍ପିତ କରିଛନ୍ତି । ଆଜି ସାରା ବିଶ୍ବରେ ଥିବା ଓଡିଆ ମାନଙ୍କ ପାଇଁ ଗର୍ବ ଓ ଗୌରବର ଦିନ ବୋଲି ମନ୍ତ୍ରୀ କହିଛନ୍ତି । ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ସତ୍ୟଭାମାପୂର ଗାଁର ବିକାଶ ପାଇଁ ଅନେକ ପଦକ୍ଷେପ ନେଇଛନ୍ତି । ସତ୍ୟଭାମାପୂରର ଉନ୍ନତି ପାଇଁ ନିଆ ଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ସେ ଆଲୋକପାତ କରିଛନ୍ତି ।

କାର୍ଯ୍ୟକ୍ରମରେ କଟକ ଜିଲ୍ଲାପାଳ ଭବାନୀ ଚରଣ ଚଇନୀ ସ୍ବାଗତ ଭାଷଣ ଦେଇଥିବାବେଳେ ସତ୍ୟଭାମାପୁର ମଧୁସୂଦନ ସାଂସ୍କୃତିକ ସଂଘର ସଭାପତି ପ୍ରଶାନ୍ତ କୁମାର ରାଉତ ଧନ୍ୟବାଦ ଅର୍ପଣ କରିଛନ୍ତି । ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଏହି ଅବସରରେ ଉତ୍କଳ ଗୌରବ ମଧୁସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ସଂପର୍କରେ ଏକ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଛି । ଏହି ସଂଗ୍ରହାଳୟରେ ମଧୁବାବୁଙ୍କ ଏନ୍ତୁଡିଶାଳ, ପିଲା ଦିନର ବିରଳ ଫଟୋ, ଜନ୍ମ ଜାତକ, ଢିଙ୍କି ଆଦି ବିଭିନ୍ନ ବିରଳ ଜିନିଷ ସ୍ଥାନ ପାଇଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, କଟକରୁ ପ୍ରଭୁକଲ୍ୟାଣ ପାଲ, ଇଟିଭି ଭାରତ

Last Updated :Apr 28, 2022, 9:07 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.