ETV Bharat / city

ସୁନ୍ଦରଗଡ ହେଉଛି ଓଡ଼ିଶାର ବିକାଶର ବତୀଘର: ମୁଖ୍ୟମନ୍ତ୍ରୀ

author img

By

Published : Jan 10, 2022, 5:14 PM IST

ସୁନ୍ଦରଗଡ ହେଉଛି ଓଡ଼ିଶାର ବିକାଶର ବତୀଘର:ମୁଖ୍ୟମନ୍ତ୍ରୀ
ସୁନ୍ଦରଗଡ ହେଉଛି ଓଡ଼ିଶାର ବିକାଶର ବତୀଘର:ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡରେ ଦୁଇଟି ବ୍ୟାରେଜ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ । ସୁନ୍ଦରଗଡ ହେଉଛି ଓଡିଶା ବିକାଶର ବତୀଘର କହିଲେ ନବୀନ । ଅଧିକ ପଢନ୍ତୁ

ଭୁବନେଶ୍ବର: ସୁନ୍ଦରଗଡ ହେଉଛି ଓଡିଶା ବିକାଶର ବତୀଘର । ରାଉରକେଲା ସହର, ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ଓ ରାଉରକେଲାର NIT ଓଡିଶାର ଗୌରବ ବୃଦ୍ଧି କରିଛି । ଏହି ତିନୋଟି ଯାକ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସ୍ମୃତି ଜଡିତ । ସୁନ୍ଦରଗଡରେ ଦୁଇଟି ବ୍ୟାରେଜ ପ୍ରକଳ୍ପର ଶିଳାନ୍ୟାସ ବେଳେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସୁନ୍ଦରଗଡ ସାରା ଦେଶକୁ ବହୁତ କିଛି ଦେଇଛି । ସୁନ୍ଦରଗଡର କୋଇଲା, ଦେଶକୁ ଶକ୍ତି ଯୋଗାଉଛି । ସୁନ୍ଦରଗଡରେ ଏସିଆର ସବୁଠୁ ବଡ ହକି ଷ୍ଟାଡିୟମ ହେବାକୁ ଯାଉଛି ।

ସୁନ୍ଦରଗଡର ହକି ଖେଳାଳୀମାନେ ଦେଶ ପାଇଁ ଗୌରବ ଆଣିଛନ୍ତି । ତେଣୁ ସୁନ୍ଦରଗଡରେ AIIMS ସେମାନଙ୍କ ହକ୍ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଜିଲ୍ଲାରେ ୫-ଟି ସ୍କୁଲ ଟ୍ରାନ୍ସଫରମେସନ୍‌ ଠାରୁ ଆରମ୍ଭ କରି ମିଶନ ଶକ୍ତି ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରିତା ହୋଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି । ଏହା ସହିତ ଜିଲ୍ଲାର ବହୁ ଲୋକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡର ସୁଯୋଗ ନେଇଛନ୍ତି । ଉନ୍ନତ ଚିକିତ୍ସା ସୁବିଧା ପାଉଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି । ରାଜ୍ୟ ସରକାର ବିଭିନ୍ନ ବିକାଶ ଓ କଲ୍ୟାଣ କାର୍ଯ୍ୟକ୍ରମର ସୁଯୋଗ ନେଇ ନୂଆ ଓଡିଶା ଗଠନରେ ନିଜ ନିଜର ଅବଦାନ ରଖିବା ପାଇଁ ସୁନ୍ଦରଗଡ଼ବାସୀଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.