ETV Bharat / city

Ukraine War: ୟୁକ୍ରେନ ଫେରନ୍ତା ଓଡିଆ ଛାତ୍ରଛାତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

author img

By

Published : Feb 28, 2022, 4:35 PM IST

Updated : Feb 28, 2022, 5:21 PM IST

ୟୁକ୍ରେନରୁ ଫେରିଛନ୍ତି ଓଡିଶାର ଛାତ୍ରଛାତ୍ରୀ । ଫେରନ୍ତା ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଛାତ୍ରଛାତ୍ରୀ ନିରାପଦରେ ଫେରିଆସିଥିବାରୁ ମୁଁ ଆଶ୍ବସ୍ତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମସ୍ତ ଛାତ୍ରଛାତ୍ରୀଙ୍କୁ ଫେରାଇ ଆଣିବା ଲାଗି ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଅଧିକ ପଢନ୍ତୁ

ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୟୁକ୍ରେନରୁ ଫେରିଛନ୍ତି ଓଡିଶାର ଛାତ୍ରଛାତ୍ରୀ । ଫେରନ୍ତା ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଛାତ୍ରଛାତ୍ରୀ ନିରାପଦରେ ଫେରିଆସିଥିବାରୁ ମୁଁ ଆଶ୍ବସ୍ତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମସ୍ତ ଛାତ୍ରଛାତ୍ରୀଙ୍କୁ ଫେରାଇ ଆଣିବା ଲାଗି ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ୟୁକ୍ରେନ ଫେରନ୍ତା ଓଡିଆ ଛାତ୍ରଛାତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୟୁକ୍ରେନରୁ ଫେରି ଆସି ନୂଆଦିଲ୍ଲୀରେ ଥିବା ଓଡିଆ ଛାତ୍ରଛାତ୍ରୀଙ୍କ ସହିତ ଭିସି ଯୋଗେ ଆଲୋଚନା କରିଛନ୍ତି । ଛାତ୍ରଛାତ୍ରୀ ମାନଙ୍କୁ ସ୍ବାଗତ କରିବା ସହ ୟୁକ୍ରେନରେ ରହିଯାଇଥିବା ଅନ୍ୟ ଛାତ୍ରଛାତ୍ରୀଙ୍କ ଫେରିବା ପାଇଁ ସବୁପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡିଆ ଛାତ୍ରଛାତ୍ରୀ ମାନଙ୍କ ଫେରିବା ସଂପର୍କରେ ସେ କେନ୍ଦ୍ର ଗୃହମନ୍ତ୍ରୀ ଓ ବୈଦେଶିକ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି । ସେ ଆଉଥରେ ମଧ୍ୟ ଏ ବିଷୟରେ କଥାବାର୍ତ୍ତା କରି ପଦକ୍ଷେପ ନେବେ ବୋଲି କହିଛନ୍ତି । ଛାତ୍ରଛାତ୍ରୀମାନେ ସେମାନଙ୍କ ଅଭିଜ୍ଞତା ମୁଖ୍ୟମନ୍ତ୍ରୀଙ୍କ ସମ୍ମୁଖରେ ବର୍ଣ୍ଣନା କରିଛନ୍ତି । କହିଛନ୍ତି ଯେ, ସେମାନେ ସମସ୍ତେ ରୋମାନିଆ ସୀମା ଅତିକ୍ରମ କରି ଭାରତୀୟ ଅଧିକାରୀ ମାନଙ୍କ ସହିତ ବୁକାରେଷ୍ଟ ଯାଇଥିଲେ । ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀ ଆସିଥିଲେ ।

ନୂଆଦିଲ୍ଲୀରେ ଅବସ୍ଥାପିତ ଆବାସିକ କମିଶନର ସେମାନଙ୍କ ସହିତ ସବୁ ସମୟରେ ଅନଲାଇନ ଯୋଗେ ଯୋଗାଯୋଗରେ ଥିଲେ । ୟୁକ୍ରେନର ଅନ୍ୟ ସ୍ଥାନରେ ଥିବା, ବିଶେଷକରି ଖାରକିବରେ ବହୁ ଓଡିଆ ଛାତ୍ରଛାତ୍ରୀ ଅଛନ୍ତି । ସେମାନଙ୍କୁ ଫେରାଇ ଆଣିବାପାଇଁ ପଦକ୍ଷେପ ନେବାକୁ ସେମାନେ ଅନୁରୋଧ କରିଛନ୍ତି । ୟୁକ୍ରେନରୁ ଫେରୁଥିବା ପିଲାଙ୍କ ସୁବିଧା ପାଇଁ ମୁମ୍ବାଇ ବିମାନ ବନ୍ଦରରେ help desk ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ସହିତ ଭୁବନେଶ୍ବରରେ ପହଞ୍ଚିବା ପରେ ପିଲାମାନଙ୍କୁ ଓଟିଡିସି ବସ ଯୋଗେ ସେମାନଙ୍କ ଘରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated :Feb 28, 2022, 5:21 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.