ETV Bharat / city

BSKY Smart Health Card: ଆଜି ସୋନପୁର ବୌଦ୍ଧକୁ ମିଳିବ ସ୍ମାର୍ଟ କାର୍ଡ

author img

By

Published : Nov 25, 2021, 9:48 AM IST

ଆଜି(ଗୁରୁବାର) ସୋନପୁର ଓ ବୌଦ୍ଧରେ ଶୁଭାରମ୍ଭ ହେବ ବିଜୁ ସ୍ମାର୍ଟ ହେଲଥ କାର୍ଡ (BSKY Smart Health Card Distribution in subarnapur And Boudh) । ଏନେଇ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହେବ । ଅଧିକ ପଢନ୍ତୁ

ଆଜି ସୋନପୁର ବୌଦ୍ଧକୁ ମିଳିବ ସ୍ମାର୍ଟ କାର୍ଡ
ଆଜି ସୋନପୁର ବୌଦ୍ଧକୁ ମିଳିବ ସ୍ମାର୍ଟ କାର୍ଡ

ଭୁବନେଶ୍ବର: ସ୍ମାର୍ଟ ହେଉଛି ସ୍ବାସ୍ଥ୍ୟ ସେବା । ସ୍ବାସ୍ଥ୍ୟ କ୍ଷେତ୍ରକୁ ସୃଦୁଢ କରିବାକୁ ଅଣ୍ଟା ବିଢିଛନ୍ତି ରାଜ୍ୟ ସରକାର । ଏ ନେଇ ରାଜ୍ୟରେ ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ ହୋଇଛି । ଅନେକ ଜିଲ୍ଲାରେ ଲୋକଙ୍କୁ BSKY(Biju Swasthya Kalyan Yojana) ସ୍ମାର୍ଟ ହେଲଥ କାର୍ଡ ବିତରଣ ଜାରି ରହିଛି । ଆଜି(ଗୁରୁବାର) ସୋନପୁର ଓ ବୌଦ୍ଧରେ ଶୁଭାରମ୍ଭ ହେବ ବିଜୁ ସ୍ମାର୍ଟ ହେଲଥ କାର୍ଡ । ଏନେଇ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହେବ ।

ଏହି କାର୍ଯ୍ୟକ୍ରମ ଭର୍ଚ୍ଚୁଆଲ ମାଧ୍ୟମରେ ହେବା ନେଇ ସୂଚନା ମିଳିଛି । ଏହା ସହିତ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କ ଦ୍ବାରା ଏହି ସ୍ମାର୍ଟ କାର୍ଡ ଲୋକଙ୍କୁ ସ୍ମାର୍ଟ ସହାୟତା ପ୍ରଦାନ କରିବ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ପରିବାରର ସମସ୍ତ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଓ ବିଶେଷ କରି ମହିଳାଙ୍କ ପାଇଁ ବର୍ଷକୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସହୟତା ଦେବ ଏହି ସ୍ମାର୍ଟ ହେଲଥ କାର୍ଡ ।

ଏହା ପୂର୍ବରୁ ଝାରସୁଗୁଡା, ମୟୂରଭଞ୍ଜ, ଗଜପତି, ସୁନ୍ଦରଗଡ, ମାଲକାନଗିରି, କଳାହାଣ୍ଡି, ନୂଆପଡା, ଢେଙ୍କାନାଳ, ଅନୁଗୋଳ ଦେବଗଡ ଓ ବରଗଡ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବିତରଣ ସରିଛି । ମାଲକାନଗିରିରୁ ପ୍ରଥମେ ଆରମ୍ଭ ହୋଇଥିଲା ସ୍ବାସ୍ଥ୍ୟ ସେବାର ଏହି ଐତିହାସିକ ଯାତ୍ରା । ରାଜ୍ୟରେ ସାଢେ 3 କୋଟି ଲୋକଙ୍କୁ ସ୍ମାର୍ଟ ହେଲଥ କାର୍ଡ ଦେବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ରାଜ୍ୟବାସୀଙ୍କୁ ସମୂର୍ଣ୍ଣ ମାଗଣା ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ଏହାର ଲକ୍ଷ୍ୟ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.