ETV Bharat / city

Corona Review Meeting: ବୁଷ୍ଟର ଡୋଜ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବାରୋପ

author img

By

Published : Jan 27, 2022, 7:44 PM IST

Updated : Jan 27, 2022, 8:10 PM IST

ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସମୀକ୍ଷା ବୈଠକ କରିଛନ୍ତି । ବୈଠକରେ ସେ ବୁଷ୍ଟର ଡୋଜ ଉପରେ ଅଧିକ ଗୁରୁତ୍ବାରୋପ କରିଥିବା ସୂଚନା ମିଳିଛି । ଅଧିକ ପଢନ୍ତୁ

Corona Review Meeting: ବୁଷ୍ଟର ଡୋଜ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବାରୋପ
Corona Review Meeting: ବୁଷ୍ଟର ଡୋଜ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବାରୋପ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି (ଗୁରୁବାର) ଭିଡିଓ କନଫରେନ୍ସିଂ ଜରିଆରେ କୋଭିଡ-୧୯ ସ୍ଥିତି ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି । ଏହାସହିତ ବରିଷ୍ଠ ନାଗରିକ ଓ ସମ୍ମୁଖ ଯୋଦ୍ଧା ମାନଙ୍କୁ ବୁଷ୍ଟର ଡୋଜ ଦେବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଛନ୍ତି ।

Corona Review Meeting: ବୁଷ୍ଟର ଡୋଜ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବାରୋପ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ବର୍ତ୍ତମାନ ସକ୍ରିୟ କୋଭିଡ ରୋଗୀ ସଂଖ୍ୟା ସ୍ଥିର ରହିଥିବା ବେଳେ ନୂଆ ପଜିଟିଭ କେସ୍‌ରେ ମଧ୍ୟ ହ୍ରାସ ଘଟିଛି । ୩ୟ ଲହରରେ ଡାକ୍ତରଖାନା ଉପରେ ବିଶେଷ ଚାପ ପଡିନାହିଁ । କିନ୍ତୁ ଏଥିରେ ଆତ୍ମସନ୍ତୋଷର ସ୍ଥାନ ନାହିଁ । ସଂପୂର୍ଣ୍ଣ ପ୍ରସ୍ତୁତ ରହି ପ୍ରଶାସନ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ତା' ସହିତ ମିଶନ ଶକ୍ତି ଗୋଷ୍ଠୀ ମାନଙ୍କର ସକ୍ରିୟ ସହଯୋଗରେ ସାରା ରାଜ୍ୟରେ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଜନସାଧାରଣ ଯେପରି କୋଭିଡ଼ ସୁରକ୍ଷା ନିୟମାବଳୀ ଠିକ୍‌ ଭାବରେ ପାଳନ କରନ୍ତି, ସେଥିପ୍ରତି ବିଶେଷ ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସକୁ ପରାମର୍ଶ ଦେଇଛନ୍ତି । ସେହିପରି ପୃଥକ ବାସରେ ଘରେ ରହି ଚିକିତ୍ସିତ ହେଉଥିବା ରୋଗୀଙ୍କର ସ୍ବାସ୍ଥ୍ୟବସ୍ଥା ସଂପର୍କରେ ଦ୍ରୁତ ପ୍ରତିକ୍ରିୟା ଦଳ ଓ କ୍ଷେତ୍ର କର୍ମଚାରୀ ମାନେ ଠିକ୍ ଭାବରେ ତଦାରଖ କରିବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି । ବର୍ତ୍ତମାନ ପରିସ୍ଥିତିରେ ଆତଙ୍କିତ ନ ହୋଇ କୋଭିଡ ନିୟମାବଳୀକୁ ସଠିକ୍‌ ଭାବରେ ପାଳନ କରିବା ପାଇଁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଏହା ବି ପଢନ୍ତୁ: Covid Recovery Report: କୋରୋନାରୁ ସୁସ୍ଥ ହେଲେ 11157 ଆକ୍ରାନ୍ତ

ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କୋଭିଡ ନିୟମାବଳୀର ପାଳନ ପାଇଁ ପ୍ରଶାସନ ନେଇଥିବା ବିଭିନ୍ନ ପଦଷେପ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍.କେ ଶର୍ମା ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ଏକ ବିସ୍ତୃତ ଚିତ୍ର ଉପସ୍ଥାପନା କରିଥିଲେ । ରାଜ୍ୟରେ ଦୈନିକ ଟେଷ୍ଟିଂ ୬୫ ହଜାରରୁ ୭୦ ହଜାର ରହିଥିବା ବେଳେ, ପଜିଟିଭିଟି ହାର ୧୧.୪ ପ୍ରତିଶତ ରହିଛି । ଯାହାକି ଜାତୀୟ ହାରଠାରୁ କମ୍‌ । ଯାଜପୁର, ବାଲେଶ୍ବର, କଟକ, ସୁନ୍ଦରଗଡ ଓ ଖୋର୍ଦ୍ଧାରେ ପଜିଟିଭିଟି ହାର ତୁଳନାତ୍ମକ ଭାବେ ଅଧିକ ଅଛି ବୋଲି ସେ ସୂଚନା ଦେଇଥିଲେ ।

ସେହିପରି ଟୀକାକରଣ ସ୍ଥିତି ମଧ୍ୟ ସନ୍ତୋଷଜନକ ରହିଛି ବୋଲି ଶର୍ମା ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ବର ଓ କଟକ ମ୍ୟୁନିସପାଲ କମିଶନର ଏବଂ ଖୋର୍ଦ୍ଧା ଓ ରାୟଗଡାର ଜିଲ୍ଲାପାଳ ମାନେ ସେମାନଙ୍କ ଅଞ୍ଚଳର ପରିସ୍ଥିତି ସଂପର୍କରେ ବୈଠକରେ ଉପସ୍ଥାପନା କରିଥିଲେ ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated :Jan 27, 2022, 8:10 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.