ETV Bharat / city

ବିରେନ୍ଦ୍ର ଓ ଅମିତଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

author img

By

Published : Jun 18, 2021, 7:29 PM IST

union minister dharmendra pradhan
ବିରେନ୍ଦ୍ର ଓ ଅମିତଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭାରତୀୟ ପୁରୁଷ ହକି ଦଳରେ ସ୍ଥାନ ପାଇଥିବା ଦୁଇ ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ...

ଭୁବନେଶ୍ବର: ଭାରତୀୟ ପୁରୁଷ ହକି ଦଳରେ ସ୍ଥାନ ପାଇଥିବା ଦୁଇ ଓଡିଆ ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଷ୍ଟାର ହକି ଖେଳାଳି ବିରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ ସ୍ଥାନ ପାଇଛନ୍ତି । ଏନେଇ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି ।

ଆଜି ଟୋକିଓ ଅଲମ୍ପିକ ପାଇଁ ଭାରତୀୟ ପୁରୁଷ ହକି ଦଳ ଘୋଷଣା କରାଯାଇଛି । ଏହି ଦଳରେ ଓଡିଶାର ଦୁଇ ଜଣ ସ୍ଥାନ ପାଇଛନ୍ତି । ଷ୍ଟାର ହକି ଖେଳାଳି ବିରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ ସ୍ଥାନ ପାଇଛନ୍ତି । ସାରା ରାଜ୍ୟରୁ ଦୁଇ ଜଣଙ୍କୁ ଶୁଭେଚ୍ଛା ଜଣାଉ ଥିବାବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉଭୟ ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଅଲମ୍ପିକରେ ଦେଶ ପକ୍ଷରୁ ପ୍ରତିନିଧିତ୍ବ କରି ଗର୍ବିତ କରନ୍ତୁ ବୋଲି ଧର୍ମେନ୍ଦ୍ର କହିଛନ୍ତି ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.