ETV Bharat / city

STATE CORONA DEATH; ଆଖି ବୁଜିଲେ ୫ କୋରୋନା ଆକ୍ରାନ୍ତ

author img

By

Published : Sep 26, 2021, 11:19 AM IST

ଆଜି(ରବିବାର) ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଏବେ ସୁଦ୍ଧା ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା 8,175କୁ ବୃଦ୍ଧି ପାଇଛି । ଅଧିକ ପଢନ୍ତୁ...

STATE CORONA DEATH ; ଆଖି ବୁଜିଲେ ୫ କୋରୋନା ଆକ୍ରାନ୍ତ
STATE CORONA DEATH ; ଆଖି ବୁଜିଲେ ୫ କୋରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣ ଖସିବା ସହ କମୁଛି ମୃତ୍ୟୁ ସଂଖ୍ୟା । ଗତ କିଛି ଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଲଗାତାର କିଛି ଦିନ ହେବ ଦୈନିକ ମୃତ୍ୟୁସଂଖ୍ୟା ୧୦ ତଳେ ରହୁଛି । ଆଜି(ରବିବାର) ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ, କେନ୍ଦୁଝର,କୋରାପୁଟ ଓ ପୁରୀରୁ ଜଣେ ଲେଖାଏଁଙ୍କ ଜୀବନ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା 8175କୁ ବୃଦ୍ଧି ହୋଇଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୮୫ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୯୬ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୪, ୩୨୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୧୦,୧୮୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫୯୦୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ସଂକ୍ରମଣ କମିଛି ଓ ମୃତ୍ୟୁସଂଖ୍ୟାରେ ବି ହ୍ରାସ ହୋଇଛି । ହେଲେ ବିପଦ ଟଳିନାହିଁ । ଆଗକୁ ତୃତୀୟ ଲହର ଆଶଙ୍କା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.