ETV Bharat / city

ରାଜ୍ୟରେ ତଳମୁହାଁ ମୃତ୍ଯୁସଂଖ୍ୟା, ଦିନକରେ ୪ ମୃତ

author img

By

Published : Sep 14, 2021, 11:28 AM IST

ରାଜ୍ୟରେ ତଳମୁହାଁ ହୋଇଛି କୋରୋନାଜନିତ ମୃତ୍ୟୁସଂଖ୍ୟା । ଆଜି(ମଙ୍ଗଳବାର) ରାଜ୍ୟରେ ୪ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଅଧିକ ପଢନ୍ତୁ...

ରାଜ୍ୟରେ ତଳମୁହାଁ ମୃତ୍ଯୁସଂଖ୍ୟା, ଦିନକରେ ୪ମୃତ
ରାଜ୍ୟରେ ତଳମୁହାଁ ମୃତ୍ଯୁସଂଖ୍ୟା, ଦିନକରେ ୪ମୃତ

ଭୁବନେଶ୍ବର: କିଛି ଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଆଜି(ମଙ୍ଗଳବାର) ରାଜ୍ୟରେ ଆଉ ୪ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଆଜିର ଏହି ରିପୋର୍ଟ ସାମାନ୍ୟ ଆଶ୍ବସ୍ତି ଦେଇଛି ।

ଆଜିର ମୃତକଙ୍କ ମଧ୍ୟରେ ଭୁବନେଶ୍ବରରୁ ୨ଜଣ ଆଖି ବୁଜିଥିବାବେଳେ କଟକ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନାଜନିତ ମୃତ୍ୟୁସଂଖ୍ୟା ୮ହଜାର ୧୦୮କୁ ବୃଦ୍ଧି ହୋଇଛି । ୨୪ ଘଣ୍ଟାରେ ୪୨୮ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୫୫ ଜଣ ୧୮ ବର୍ଷ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।

ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୨ ହଜାର ୨୬୧କୁ ବୃଦ୍ଧି ହୋଇଛି । କିଛି ଦିନ ହେବ ଉଭୟ ସଂକ୍ରମଣ ଓ ମୃତ୍ୟୁସଂଖ୍ଯା କମିଲେ ବି ବିପଦ ଟଳିନାହିଁ । ଆଗକୁ ତୃତୀୟ ଲହର ଆଶଙ୍କା ରହିଛି । ଏ ନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.