ETV Bharat / city

ବଢିଲା ମୃତ୍ୟୁସଂଖ୍ୟା, ଆଜି ଆଉ ୭ ମୃତ

author img

By

Published : Oct 7, 2021, 12:34 PM IST

କୁମୁଛି ବଢୁଛି ମୃତ୍ୟୁସଂଖ୍ୟା, ଦିନକରେ ଆଉ ୭ମୃତ
କୁମୁଛି ବଢୁଛି ମୃତ୍ୟୁସଂଖ୍ୟା, ଦିନକରେ ଆଉ ୭ମୃତ

ଆଜି(ଗୁରୁବାର) ହଠାତ୍ ପାଞ୍ଚରୁ ଅଧିକ ରହିଛି କୋରୋନାଜନିତ ମୃତ୍ୟୁସଂଖ୍ୟା । ରାଜ୍ୟରେ ଆଜି ଆଉ ୭ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଅଧିକ ପଢନ୍ତୁ...

ଭୁବନେଶ୍ବର: ଗତ କିଛିଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଲଗାତାର କିଛି ଦିନ ହେବ ଦୈନିକ ମୃତ୍ୟୁସଂଖ୍ୟା ୫ ତଳେ ରହୁଥିଲା । ହେଲେ ଆଜି(ଗୁରୁବାର) ହଠାତ୍ ତାହା ବଢିଛି । ରାଜ୍ୟରେ ଆଜି ଆଉ ୭ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ କଟକ ଓ ସୁନ୍ଦରଗଡରୁ ୨ଜଣ ଲେଖାଏଁ ଆଖି ବୁଜିଥିବାବେଳେ ଢେଙ୍କାନାଳ,ଜଗତସିଂହପୁର ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ଆଜିର ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୨୩୪କୁ ବୃଦ୍ଧି ହୋଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୨ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୮୩ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୯୯୪କୁ ବୃଦ୍ଧି ପାଇଛି । କିଛିଦିନ ହେବ ସଂକ୍ରମଣ କମିଥିଲେ ମଧ୍ୟ ପୁଣି ବଢିଛି । ମୃତ୍ୟୁସଂଖ୍ୟା ବି ବଢିଲାଣି । ଆଗକୁ ତୃତୀୟ ଲହର ବିପଦ ସଙ୍କେତ ଦେଖିବାକୁ ମିଳିଲାଣି । ଏପଟେ ସ୍ମାର୍ଟ ସିଟିକୁ ଫେରିଛି କଣ୍ଟେନମେଣ୍ଟ୍‌ ଜୋନ୍‌ । ଶୀତଋତୁ ଥିବାରୁ ସଂକ୍ରମଣ ବୃଦ୍ଧି ହେବା ସମ୍ଭାବନା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.