ETV Bharat / city

State Corona Death Report; ଆଖି ବୁଜିଲେ ଆଉ ୬ ରୋଗୀ

author img

By

Published : Sep 10, 2021, 11:12 AM IST

ଆଜି(ଶୁକ୍ରବାର) ରାଜ୍ୟରେ ଆଉ ୬ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଏହାକୁ ମିଶାଇ ରାଜ୍ୟରେ କୋରୋନା ମୃତ୍ୟୁସଂଖ୍ୟା ୮,୦୮୪କୁ ବୃଦ୍ଧି ହୋଇଛି । ଅଧିକ ପଢନ୍ତୁ...

ଆଖି ବୁଜିଲେ ଆଉ ୬ରୋଗୀ
ଆଖି ବୁଜିଲେ ଆଉ ୬ରୋଗୀ

ଭୁବନେଶ୍ବର: କିଛି ଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଲଗାତାର କିଛି ଦିନ ହେବ ଦୈନିକ ମୃତ୍ୟୁସଂଖ୍ୟା ୧୦ ତଳେ ରହୁଛି ଯାହା ରାଜ୍ୟବାସୀଙ୍କ ପାଇଁ ଭଲ ଖବର । ଆଜି(ଶୁକ୍ରବାର) ରାଜ୍ୟରେ ଆଉ ୬ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ଆଜିର ମୃତକଙ୍କ ମଧ୍ୟରେ ଅନୁଗୁଳ, କଟକ, ଜଗତସିଂହପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାବାଦ କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ପୁରୀରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ । ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଏହାକୁ ମିଶାଇ ରାଜ୍ୟରେ କୋରୋନା ମୃତ୍ୟୁସଂଖ୍ୟା ୮,୦୮୪କୁ ବୃଦ୍ଧି ହୋଇଛି ।

୨୪ଘଣ୍ଟାରେ ରାଜ୍ୟରେ ୭୪୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର କେବଳ ୧୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୮୩କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୯୯୯୮୫୯ ସୁସ୍ଥ ହୋଇ ସାରିଥିବା ବେଳେ ୭୦୮୭ ସକ୍ରିୟ ମାମଲା ରହିଛି । ରାଜ୍ୟରେ ସଂକ୍ରମଣ କମିଛି କିଛି ଦିନ ହେବ ମୃତ୍ୟୁ ଧାରାରେ ବି ବ୍ରେକ ଲାଗିଛି । ହେଲେ ଏବେ ବି ବିପଦ ଟଳିନାହିଁ। ଅଧିକରୁ ଅଧିକ ସତର୍କ ରହିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.