ETV Bharat / city

State Corona Death Report; ପୁଣି ଗଲା ୬ ଜୀବନ

author img

By

Published : Sep 13, 2021, 11:22 AM IST

ଆଜି(ସୋମବାର) ରାଜ୍ୟରେ ଆଉ ୬ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଏହାକୁ ମିଶାଇ ରାଜ୍ୟରେ କୋରୋନା ମୃତ୍ୟୁସଂଖ୍ୟା ୮,୧୦୪କୁ ବୃଦ୍ଧି ହୋଇଛି । ଅଧିକ ପଢନ୍ତୁ...

ପୁଣି ଗଲା ଆଉ ୬ଜୀବନ
ପୁଣି ଗଲା ଆଉ ୬ଜୀବନ

ଭୁବନେଶ୍ବର: କିଛି ଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଲଗାତାର କିଛି ଦିନ ହେବ ଦୈନିକ ମୃତ୍ୟୁସଂଖ୍ୟା ୧୦ ତଳେ ରହୁଛି ଯାହା ରାଜ୍ୟବାସୀଙ୍କ ପାଇଁ ଭଲ ଖବର । ଆଜି(ସୋମବାର) ରାଜ୍ୟରେ ଆଉ ୬ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ଥିବାବେଳେ ଅନୁଗୋଳ, ଯାଜପୁର ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ କୋରୋନାଜନିତ ମୃତ୍ୟୁସଂଖ୍ୟା ୧,୪୭୮କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୩୮୫, ଯାଜପୁରରେ ୧୬୦ ଓ ପୁରୀରେ ୪୪୮ରେ ପହଞ୍ଚିଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା ୮,୧୦୪କୁ ବୃଦ୍ଧି ହୋଇଛି ।

୨୪ ଘଣ୍ଟାରେ ୪୭୧ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୫୭ଜଣ ୧୮ ବର୍ଷରୁ କମ୍ ରହିଛନ୍ତି । ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୮୩୩ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୨ ହଜାର ୧୨୮ ଜଣ ସୁସ୍ଥ ହୋଇସାରିଛନ୍ତି । ୬ ହଜାର ୫ଶହ ୪୮ଜଣ ଚିକିତ୍ସାଧୀନ ଅଛନ୍ତି । ସଂକ୍ରମଣ କମିଛି ଓ ମୃତ୍ୟୁସଂଖ୍ୟା ବି ହ୍ରାସ ହୋଇଛି । ହେଲେ ବିପଦ ଟଳିନାହିଁ । ଆଗକୁ ତୃତୀୟ ଲହର ଆଶଙ୍କା ରହିଛି । ଏ ନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.