ETV Bharat / city

STATE CORONA DEATH: ଆଉ 64 ଆକ୍ରାନ୍ତ ଆଖି ବୁଜିଲେ

author img

By

Published : Aug 7, 2021, 9:45 AM IST

ରାଜ୍ୟରେ କିଛି ଦିନ ହେବ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ କିନ୍ତୁ ମୃତ୍ୟୁରେ ଲାଗୁନି ବ୍ରେକ୍ । ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ ପ୍ରାଣ ହରାଇଛନ୍ତି । ଅଧିକ ପଢନ୍ତୁ...

STATE CORONA DEATH: ଆଉ 64 ଆକ୍ରାନ୍ତଙ୍କ ଜୀବନ ନେଲା କୋରୋନା
STATE CORONA DEATH: ଆଉ 64 ଆକ୍ରାନ୍ତଙ୍କ ଜୀବନ ନେଲା କୋରୋନା

ଭୁବନେଶ୍ବର: ରାଜ୍ୟରେ କିଛି ଦିନ ହେବ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ କିନ୍ତୁ ମୃତ୍ୟୁରେ ଲାଗୁନି ବ୍ରେକ୍ । ଆଜି(ଶନିବାର) ଆଉ 64ଜଣଙ୍କ ଜୀବନ ନେଲା ମହାମାରୀ କୋରୋନା । ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କୋରୋନାଜନିତ ମୃତ୍ୟୁ ସଂଖ୍ୟା 6,366କୁ ବୃଦ୍ଧି ପାଇଛି ।

ତେବେ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭ଜଣ ରହିଛନ୍ତି । ସେହିପରି କଟକରୁ ୧୭ଜଣ, ବାଲେଶ୍ୱର ଓ କେନ୍ଦୁଝରରୁ ୪ଜଣ ଲେଖାଏଁ , ମୟୂରଭଞ୍ଜ ଜିଲ୍ଲାରୁ ୩ ଏବଂ ଅନୁଗୁଳ, ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, କେନ୍ଦ୍ରାପଡ଼ା, ନୟାଗଡ଼, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୮୫ ହଜାର ୮୨୭ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨ ହଜାର ୪୮୦ ଟି ସକ୍ରିୟ ମାମଲା ରହିଥିବା ବେଳେ ୯ ଲକ୍ଷ ୬୬ ହଜାର ୯୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧ କୋଟି ୬୪ ଲକ୍ଷ 24 ହଜାର 645ଟି ସାମ୍ପୁଲ ଟେଷ୍ଟ୍ ହୋଇସାରିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.