ETV Bharat / city

Corona Death Report: ଦିନକରେ ଗଲା ୩ ଜୀବନ

author img

By

Published : Oct 5, 2021, 10:58 AM IST

ଆଜି(ମଙ୍ଗଳବାର) ୫ ତଳେ ରହିଛି କୋରୋନାଜନିତ ମୃତ୍ୟୁ ସଂଖ୍ୟା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୨୨୩କୁ ବୃଦ୍ଧି ହୋଇଛି । ଅଧିକ ପଢନ୍ତୁ...

corona death report,ଦିନକରେ ଗଲା ୩ଜୀବନ
corona death report,ଦିନକରେ ଗଲା ୩ଜୀବନ

ଭୁବନେଶ୍ବର: ଗତ କିଛିଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଲଗାତାର କିଛି ଦିନ ହେବ ଦୈନିକ ମୃତ୍ୟୁସଂଖ୍ୟା ୧୦ ତଳେ ରହୁଥିବାବେଳେ ଆଜି(ମଙ୍ଗଳବାର) ୫ ତଳେ ରହିଛି । ଯାହା ରାଜ୍ୟବାସୀଙ୍କ ପାଇଁ ଭଲ ଖବର । ରାଜ୍ୟରେ ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ଦୁଇଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ଜଣଙ୍କର ମୃତ୍ୟୁ ହୋଇଛି । ଆଜିର ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୨୨୩କୁ ବୃଦ୍ଧି ହୋଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩୫ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ 53 ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୮୧୯କୁ ବୃଦ୍ଧି ପାଇଛି । ସଂକ୍ରମଣ କମିଛି ଓ ମୃତ୍ୟୁସଂଖ୍ୟା ବି ହ୍ରାସ ହୋଇଛି । ହେଲେ ବିପଦ ଟଳିନାହିଁ । ଆଗକୁ ତୃତୀୟ ଲହର ଆଶଙ୍କା ରହିଛି । ଶୀତଋତୁ ଥିବାରୁ ସଂକ୍ରମଣ ବୃଦ୍ଧି ହେବ ସମ୍ଭାବନା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.