ETV Bharat / city

24 ଘଣ୍ଟାରେ ରାଜ୍ୟରୁ ଆଖି ବୁଜିଲେ 3 ଆକ୍ରାନ୍ତ

author img

By

Published : Oct 29, 2021, 12:59 PM IST

24 ଘଣ୍ଟାରେ ରାଜ୍ୟରୁ ଆଖି ବୁଜିଲେ 3 ଆକ୍ରାନ୍ତ
24 ଘଣ୍ଟାରେ ରାଜ୍ୟରୁ ଆଖି ବୁଜିଲେ 3 ଆକ୍ରାନ୍ତ

ରାଜ୍ୟରେ କମୁଛି ଦୈନିକ ମୃତ୍ୟୁସଂଖ୍ୟା । ଆଜି(ଶୁକ୍ରବାର) ରଜ୍ୟରେ 3 ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନାଜନିତ ମୃତ୍ୟୁସଂଖ୍ୟା ୮ ହଜାର ୩୨୫ରେ ପହଞ୍ଚିଛି । ଅଧିକ ପଢନ୍ତୁ...

ଭୁବନେଶ୍ବର: ରାଜ୍ୟରେ ତଳମୁହାଁ କୋରୋନାଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ଆଜି(ଶୁ୍କ୍ରବାର) ରାଜ୍ୟରେ ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୨୫କୁ ବୃଦ୍ଧି ହୋଇଛି ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଅନୁଗୋଳ,ବାଲେଶ୍ବର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ଖୋର୍ଦ୍ଧାରେ ସମୁଦାୟ ମୃତ୍ୟୁସଂଖ୍ୟା ୧୫୩୮ ହୋଇଥିବାବେଳେ ଅନୁଗୋଳରେ ୩୯୩ ଓ ବାଲେଶ୍ବରରେ ୨୯୪ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୫ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫୬ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୫୯୫କୁ ବୃଦ୍ଧି ପାଇଛି । ସଂକ୍ରମଣ କମିଥିଲେ ମଧ୍ୟ ଦିନେ ବଢୁଛି ଦିନେ କମୁଛି । ମୃତ୍ୟୁସଂଖ୍ୟାର ସମାନ ସ୍ଥିତି ରହିଛି । ଆଗକୁ ତୃତୀୟ ଲହର ବିପଦ ରହିଛି । ଶୀତଋତୁ ସଂକ୍ରମଣ ବୃଦ୍ଧି ହେବା ସମ୍ଭାବନା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.