ETV Bharat / city

State Corona death report: ଆଖି ବୁଜିଲେ ଆଉ ୩ ରୋଗୀ

author img

By

Published : Nov 12, 2021, 10:46 AM IST

ଆଖି ବୁଜିଲେ ଆଉ ୩ ରୋଗୀ
ଆଖି ବୁଜିଲେ ଆଉ ୩ ରୋଗୀ

ରାଜ୍ୟରେ କମୁଛି ଦୈନିକ ମୃତ୍ୟୁସଂଖ୍ୟା । ଆଜି(ଶୁକ୍ରବାର) ରାଜ୍ୟରେ ତିନିଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନାଜନିତ ମୃତ୍ୟୁସଂଖ୍ୟା ୮ ହଜାର ୩୭୩ରେ ପହଞ୍ଚିଛି । ଅଧିକ ପଢନ୍ତୁ...

ଭୁବନେଶ୍ବର: ରାଜ୍ୟରେ ତଳମୁହାଁ କୋରୋନା ଜନିତ ମୃତ୍ୟୁସଂଖ୍ୟା । ମୃତ୍ୟୁ କମୁଛି ସତ ହେଲେ ବ୍ରେକ ଲାଗୁନାହିଁ । ପ୍ରତିଦିନ କେହି ନା କେହି ଆକ୍ରାନ୍ତଙ୍କ ଜୀବନ ନେଉଛି କୋରୋନା । ରିପୋର୍ଟ ଅନୁସାରେ ଆଜି(ଶୁକ୍ରବାର) ରାଜ୍ୟରେ ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୭୦କୁ ବୃଦ୍ଧି ହୋଇଛି ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଦୁଇ ଜଣେ ଓ ମୟୂରଭଞ୍ଜରୁ ଜଣେ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ଖୋର୍ଦ୍ଧାର ସମୁଦାୟ ମୃତ୍ୟୁସଂଖ୍ୟା ୧୫୬୧ରେ ପହଞ୍ଚିଥିବାବେଳେ ମୟୂରଭଞ୍ଜରେ ୨୮୬ରେ ପହଞ୍ଚିଛି ମୃତକଙ୍କ ସଂଖ୍ୟା । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୬ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୪ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ ସଂକ୍ରମିତ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୯୬୨କୁ ବୃଦ୍ଧି ପାଇଛି । ସଂକ୍ରମଣ କମିଥିଲେ ମଧ୍ୟ ଦିନେ ବଢୁଛି ପୁଣି ଦିନେ କମୁଛି । ମୃତ୍ୟୁସଂଖ୍ୟାର ସମାନ ସ୍ଥିତି ରହିଛି । ତୃତୀୟ ଲହର ବିପଦ ବି ଟଳିନାହିଁ । ଶୀତଋତୁରେ ସଂକ୍ରମଣ ବୃଦ୍ଧି ହେବା ସମ୍ଭାବନା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ । ସାମାନ୍ୟ ଢିଲାପଣ ବିପଦକୁ ନିମନ୍ତ୍ରଣ କରିପାରେ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.