ETV Bharat / city

24 ଘଣ୍ଟାରେ ରାଜ୍ୟରୁ ଆଖି ବୁଜିଲେ ୨ ଆକ୍ରାନ୍ତ

author img

By

Published : Oct 27, 2021, 12:16 PM IST

24ଘଣ୍ଟାରେ ରାଜ୍ୟରୁ ଆଖି ବୁଜିଲେ ୨ କୋରୋନା ଆକ୍ରାନ୍ତ
24ଘଣ୍ଟାରେ ରାଜ୍ୟରୁ ଆଖି ବୁଜିଲେ ୨ କୋରୋନା ଆକ୍ରାନ୍ତ

ରାଜ୍ୟରେ କମୁଛି ଦୈନିକ ମୃତ୍ୟୁସଂଖ୍ୟା । ଆଜି(ବୁଧବାର) ରଜ୍ୟରେ ଦୁଇଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନାଜନିତ ମୃତ୍ୟୁସଂଖ୍ୟା ୮ ହଜାର ୩୧୮ରେ ପହଞ୍ଚିଛି । ଅଧିକ ପଢନ୍ତୁ...

ଭୁବନେଶ୍ବର: ରାଜ୍ୟରେ ତଳମୁହାଁ କୋରୋନାଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ଆଜି(ବୁଧବାର) ରାଜ୍ୟରେ ଆଜି ଆଉ ୨ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୧୮କୁ ବୃଦ୍ଧି ହୋଇଛି ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ କେନ୍ଦୁଝର ଓ ଅନୁଗୋଳରୁଧରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । କେନ୍ଦୁଝରରେ ସମୁଦାୟ ମୃତ୍ୟୁସଂଖ୍ୟା ୧୭୩ ହୋଇଥିବାବେଳେ ଅନୁଗୋଳରେ ୩୯୨ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୪୯ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୦ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୮୧୮ କୁ ବୃଦ୍ଧି ପାଇଛି । ସଂକ୍ରମଣ କମିଥିଲେ ମଧ୍ୟ ଦିନେ ବଢୁଛି ଦିନେ କମୁଛି । ମୃତ୍ୟୁସଂଖ୍ୟାର ସମାନ ସ୍ଥିତି ରହିଛି । ଆଗକୁ ତୃତୀୟ ଲହର ବିପଦ ରହିଛି । ଶୀତଋତୁ ସଂକ୍ରମଣ ବୃଦ୍ଧି ହେବା ସମ୍ଭାବନା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.