ETV Bharat / city

STATE CORONA DEATH, ଆଖି ବୁଜିଲେ ଆଉ ୨ ରୋଗୀ

author img

By

Published : Nov 15, 2021, 11:04 AM IST

ଆଖି ବୁଜିଲେ ଆଉ ୨ ରୋଗୀ
ଆଖି ବୁଜିଲେ ଆଉ ୨ ରୋଗୀ

ରାଜ୍ୟରେ ତଳମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ତିନିଦିନ ହେବ ରାଜ୍ୟରେ ଦୁଇଜଣଙ୍କ ଜୀବନ ନେଇଛି କିଲର କୋରୋନା । ରିପୋର୍ଟ ଅନୁସାରେ ଆଜି(ସୋମବାର) ରାଜ୍ୟରେ ଆଜି ଆଉ 2 ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଅଧିକ ପଢନ୍ତୁ

ଭୁବନେଶ୍ବର: ରାଜ୍ୟରେ ତଳମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ଲଗାତାର ତିନିଦିନ ହେବ ରାଜ୍ୟରେ ଦୁଇଜଣଙ୍କ ଜୀବନ ନେଇଛି କିଲର କୋରୋନା । ରିପୋର୍ଟ ଅନୁସାରେ ଆଜି(ରବିବାର) ରାଜ୍ୟରେ ଆଜି ଆଉ 2 ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୭୯କୁ ବୃଦ୍ଧି ହୋଇଛି ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଖୋଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ଖୋର୍ଦ୍ଧାରେ ସମୁଦାୟ ମୃତ୍ୟୁସଂଖ୍ୟା ୧୫୬୩ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୫ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୫ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୬୫୬ କୁ ବୃଦ୍ଧି ପାଇଛି । ସଂକ୍ରମଣ କମିଥିଲେ ମଧ୍ୟ ଦିନେ ବଢୁଛି ଦିନେ କମୁଛି । ମୃତ୍ୟୁସଂଖ୍ୟାର ସମାନ ସ୍ଥିତି ରହିଛି । ଶୀତଋତୁ ସଂକ୍ରମଣ ବୃଦ୍ଧି ହେବା ସମ୍ଭାବନା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.