ETV Bharat / city

State Corona death report: ଗଲା ଆଉ ୨ ଜୀବନ

author img

By

Published : Nov 17, 2021, 10:55 AM IST

ରାଜ୍ୟରେ ତଳମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା ।ରିପୋର୍ଟ ଅନୁସାରେ ଆଜି(ବୁଧବାର) ରାଜ୍ୟରେ ଆଜି ଆଉ 2 ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଅଧିକ ପଢନ୍ତୁ

ଗଲା ଆଉ ୨ ଜୀବନ
ଗଲା ଆଉ ୨ ଜୀବନ

ଭୁବନେଶ୍ବର: ରାଜ୍ୟରେ ତଳମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ଲଗାତାର ଚାରିଦିନ ହେବ ରାଜ୍ୟରେ ଦୁଇଜଣଙ୍କ ଜୀବନ ନେଇ ଚାଲିଛି କିଲର କୋରୋନା । ରିପୋର୍ଟ ଅନୁସାରେ ଆଜି(ବୁଧବାର) ରାଜ୍ୟରେ ଆଜି ଆଉ 2 ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୮୩କୁ ବୃଦ୍ଧି ହୋଇଛି ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ଖୋର୍ଦ୍ଧାରେ ସମୁଦାୟ ମୃତ୍ୟୁସଂଖ୍ୟା ୧୫୬୫ ଓ ମୟୂରଭଞ୍ଜରେ ୨୮୭ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୬ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୩ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୮୬୨ କୁ ବୃଦ୍ଧି ପାଇଛି । ସଂକ୍ରମଣ କମିଥିଲେ ମଧ୍ୟ ଦିନେ ବଢୁଛି ଦିନେ କମୁଛି । ମୃତ୍ୟୁସଂଖ୍ୟାର ସମାନ ସ୍ଥିତି ରହିଛି । ଶୀତଋତୁ ସଂକ୍ରମଣ ବୃଦ୍ଧି ହେବା ସମ୍ଭାବନା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.