ଆଜିଠୁ 2 ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ

author img

By

Published : Jun 30, 2022, 8:25 AM IST

ଶିକ୍ଷାମନ୍ତ୍ରୀଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ: ବହୁ ଲୋକାଭିମୁଖୀ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ଗସ୍ତରେ ଶ୍ରୀ ପ୍ରଧାନ ଅନୁଗୋଳ ଏବଂ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରି ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମରେ ଯୋଗଦେବା ସହ ଶିକ୍ଷା ଓ ରେଳ ସହ ଜଡ଼ିତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହ ଭୂମିପୂଜନ କରିବେ । ଅଧିକ ପଢନ୍ତୁ

ଭୁବନେଶ୍ବର: ଆଜିଠୁ କେନ୍ଦ୍ରଶିକ୍ଷା ମନ୍ତ୍ରୀଙ୍କ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି । ଏହି ଗସ୍ତରେ ଶ୍ରୀ ପ୍ରଧାନ ଅନୁଗୋଳ ଏବଂ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରି ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମରେ ଯୋଗଦେବା ସହ ଶିକ୍ଷା ଓ ରେଳ ସହ ଜଡ଼ିତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହ ଭୂମିପୂଜନ କରିବେ । କେନ୍ଦ୍ରମନ୍ତ୍ରୀ ଆଜି ଭୁବନେଶ୍ବରରେ ପହଞ୍ଚିବା ପରେ ପ୍ରଥମେ ତାଳଚେର ଯିବାର କାର୍ଯ୍ୟକ୍ରମ ରହିଛି । ଏମସିଏଲର ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ କରିବା ସହ ନୂତନ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ନିର୍ମାଣ ପାଇଁ ଭୂମିପୂଜନ କରିବାର ଯୋଜନା ରହିଛି । ଏହି କାର୍ଯ୍ୟକ୍ରମରେ କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଭିଡ଼ିଓ କନଫରେନ୍ସିଂରେ ଯୋଗଦେବେ ।

ପରବର୍ତ୍ତୀ ପର୍ଯ୍ୟାୟରେ ଶ୍ରୀ ପ୍ରଧାନ ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆସି ଖୋର୍ଦ୍ଧା ରୋଡ଼୍ ଷ୍ଟେସନ ଠାରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଭେଟିବେ । ରେଳ ମନ୍ତ୍ରୀ ଓ ଶିକ୍ଷା ମନ୍ତ୍ରୀ ମିଳିତ ଭାବରେ ଖୋର୍ଦ୍ଧା ରୋଡ଼୍ ଷ୍ଟେସନର ନୂତନ ବିଲଡିଂର ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ଏହା ସହ ଭୁବନେଶ୍ବର-ବେଙ୍ଗାଲୁରୁ ପ୍ରଶାନ୍ତି ଏକ୍ସପ୍ରେସର ଏଲଏଚବି ରେକ୍ ଓ ଭୁବନେଶ୍ବର-ଆନନ୍ଦବିହାର ଦୁରୋନ୍ତ ଏକ୍ସପ୍ରେସର ଉଦଘାଟନ କରିବେ । ଏହାବ୍ୟତୀତ ସେହି ସ୍ଥାନରୁ ରହି ଉଭୟ ମନ୍ତ୍ରୀ ପଟିଆ ଓ ବାଣୀବିହାର ପିଏଚର ନୂଆ ବିଲ୍ଡିଂକୁ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଲୋକାର୍ପଣ କରିବାର ଯୋଜନା ରହିଛି ।

ସେହିପରି ଆସନ୍ତା ଜୁଲାଇ 1 ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପୁରୀରେ ସାମାଜିକ ସଂଗଠନ “ଆମେ ଓଡ଼ିଆ” ପକ୍ଷରୁ ଆୟୋଜିତ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ହ୍ରାସ କରିବା ପାଇଁ ଜନସଚେତନ ଅଭିଯାନରେ ସାମିଲ ହେବେ । ପୁରୀ ଶରଧାବାଲି ଠାରେ ଭାରତ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ମୋଦି ସରକାରଙ୍କ 8 ବର୍ଷର ସେବା, ସୁଶାସନ ଓ ଗରିବ କଲ୍ୟାଣ ପୂର୍ତ୍ତି ଅବସରରେ ଅନୁଷ୍ଠିତ ଏକ ପ୍ରଦର୍ଶନକୁ ଉଦଘାଟନ କରିବେ । ତା’ ସହିତ ପୁରୀ ଭୋଳାନାଥ ବିଦ୍ୟାପୀଠ ନିକଟରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ଅଧୀନ ଆଇସିଏଚଆର ଦ୍ବାରା ‘ଆଜାଦୀ କା ଅମୃତ ମହୋତ୍ସବ’ ଉପରେ ଆୟୋଜିତ ଏକ ପ୍ରଦର୍ଶନୀକୁ ଉଦଘାଟନ କରିବେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.