ETV Bharat / city

ନିର୍ବାଚନୀ ହିଂସା ଚିନ୍ତାଜନକ ଓ ଦୁଃଖଦାୟକ: ଧର୍ମେନ୍ଦ୍ର ପ୍ରଧାନ

author img

By

Published : Feb 16, 2022, 6:06 PM IST

ନିର୍ବାଚନୀ ହିଂସା ଚିନ୍ତାଜନକ ଓ ଦୁଃଖଦାୟକ: ଧର୍ମେନ୍ଦ୍ର ପ୍ରଧାନ
ନିର୍ବାଚନୀ ହିଂସା ଚିନ୍ତାଜନକ ଓ ଦୁଃଖଦାୟକ: ଧର୍ମେନ୍ଦ୍ର ପ୍ରଧାନ

ପଞ୍ଚାୟତ ନିର୍ବାଚନରେ ହିଂସା ଏବଂ ଅରାଜକତାକୁ ଦୃଢ଼ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନରେ ହିଂସା ଏବଂ ଅରାଜକତାକୁ ଦୃଢ଼ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଭିନ୍ନ ସ୍ଥାନରେ ନିର୍ବାଚନୀ ହିଂସା ଚିନ୍ତାଜନକ ଓ ଦୁଃଖଦାୟକ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ରାଜ୍ୟ ନିର୍ବାଚନ ଆୟୋଗ ନିର୍ବାଚନୀ ହିଂସାରେ ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଅପିଲ କରିଛନ୍ତି ।

  • ହିଂସା ଦ୍ୱାରା ଗଣତନ୍ତ୍ରର ଏହି ମହାନ ପର୍ବରେ ବ୍ୟାଘାତ୍ ଆସିବା ଅନୁଚିତ । ଶାସକ ଦଳର ହିଂସା ଓ ଅରାଜକତାକୁ ମୁଁ ଦୃଢ଼ ନିନ୍ଦା କରୁଛି । ଓଡ଼ିଶା ପ୍ରଶାସନ ଠିକ୍ ଭାବରେ ନିଜର କାର୍ଯ୍ୟ କରିବା ସହ ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରନ୍ତୁ ।

    — Dharmendra Pradhan (@dpradhanbjp) February 16, 2022 " class="align-text-top noRightClick twitterSection" data=" ">

ରାଜ୍ୟ ପ୍ରଶାସନ ନିର୍ବାଚନ ସମୟରେ ଠିକ୍ ଭାବରେ ନିଜର କାର୍ଯ୍ୟ କରି ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରନ୍ତୁ । ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ସମୟରେ ଶାସକ ଦଳର ହିଂସା ଓ ଅରାଜକତାକୁ ଦୃଢ଼ ଭାବେ ନିନ୍ଦା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟ୍ଵିଟକରି କହିଛନ୍ତି ଯେ, ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ତୃଣମୂଳସ୍ତରରେ ଭୋଟ୍ ଦେବା ପାଇଁ ଗ୍ରାମବାସୀଙ୍କ ମଧ୍ୟରେ ଅଦ୍ଭୂତପୂର୍ବ ଉତ୍ସାହ ଦେଖାଦେଇଛି । ଏହା ଆମର ଗଣତନ୍ତ୍ର ପାଇଁ ଏକ ଶୁଭ ସଙ୍କେତ ।

କିନ୍ତୁ ଆଜି ଧର୍ମଶାଳା, ଯାଜପୁର, ବ୍ରହ୍ମଗିରି, ଅନୁଗୋଳ, ହିନ୍ଦୋଳ, ଭଦ୍ରକ, କଣାସ, ଜଳେଶ୍ବର, ବାଙ୍ଗିରିପୋଷୀ, ଭଟଲି ଏବଂ ପାଟଣାଗଡ଼ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ବାଚନୀ ହିଂସା ଘଟିଥିବା ଗଣମାଧ୍ୟମରେ ପ୍ରକାଶ ପାଇଛି । ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ନିର୍ବାଚନୀ ହିଂସା ମଧ୍ୟ ଘଟିଛି । ଏହା ଚିନ୍ତାଜନକ ଓ ଦୁଃଖଦାୟକ । ହିଂସା ଦ୍ବାରା ଗଣତନ୍ତ୍ରର ଏହି ମହାନ ପର୍ବରେ ବ୍ୟାଘାତ ଆସିବା ଅନୁଚିତ । ଶାସକ ଦଳର ହିଂସା ଓ ଅରାଜକତାକୁ ମୁଁ ଦୃଢ଼ ଭାବେ ନିନ୍ଦା କରୁଛି ବୋଲି ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ କରି କହିଛନ୍ତି ।


ଭୁବନେଶ୍ବରରୁ ମନୋରଞ୍ଜନ ଶଙ୍ଖୁଆ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.