ETV Bharat / city

Odisha Weather Update: ଆଜି ଉତ୍ତର-ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ

author img

By

Published : Feb 4, 2022, 9:40 AM IST

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଆଜି ଉତ୍ତର, ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଅଧିକ ପଢ଼ନ୍ତୁ

heavy rain in some districts
ଆଜି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ, ବଢ଼ିବ ଶୀତ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଆଜି ଉତ୍ତର ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଆଜି (ଶୁକ୍ରବାର) ସକାଳୁ 36 ଘଣ୍ଟା ମଧ୍ୟରେ ବର୍ଷାର ପରିମାଣ ଅଧିକ ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି ।

କେନ୍ଦ୍ରାପଡ଼ା, କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ତେବେ ମିଳିଥିବା ସୂଚନା ଅନୁସାରେ ଶୁକ୍ରବାର ଓ ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।

ଆଜି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଉତ୍ତର ଓଡ଼ିଶା ସମେତ ଖୋର୍ଦ୍ଧା, ପୁରୀର କିଛି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହୋଇପାରେ । ସେହିପରି ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବରରେ କୁଆପଥର ମାଡ଼ ସହ ବର୍ଷା ହେବା ନେଇ ସମ୍ଭାବନା ରହିଛି ।

ବର୍ଷା ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା 4ରୁ 5 ଡିଗ୍ରୀ କମିପାରେ । ତେବେ ଆଜି ଓ ଆସନ୍ତାକାଲି ଭିତରେ ଭୁବନେଶ୍ବର ସମେତ କେନ୍ଦ୍ରୀୟ ଓ ଦକ୍ଷିଣ ଉପକୂଳରେ ସର୍ବନିମ୍ନ ତାପମାତ୍ରା 3ରୁ 4 ଡିଗ୍ରୀ କମିବ । ସୋମବାର ଠାରୁ ତାପମାତ୍ରା ପୁଣି ବଢ଼ିପାରେ । ସେହିପରି ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ଶୁକ୍ରବାର ରାତିରେ କୁହୁଡ଼ି ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.