ସ୍ଥଳଭାଗ ମୁହାଁ ଲଘୁଚାପ, ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷିବ

author img

By

Published : Sep 21, 2022, 8:36 AM IST

heavy rainfall alert by meteorological centre for low pressure

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକ ପଢ଼ନ୍ତୁ

ଭୁବନେଶ୍ବର: ସ୍ଥଳଭାଗ ମୁହାଁ ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଘନୀଭୂତ ହୋଇଥିବା ଲଘୁଚାପ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା-ଉପକୂଳ ଆଡ଼କୁ ଗତି କରି ଉତ୍ତର ଓଡିଶା ଓ ଉତ୍ତର ଛତିଶଗଡ଼ ଆଡ଼କୁ ମୁହାଁଇବ । 24 ଘଣ୍ଟା ପରେ ରାଜ୍ୟରେ ଲଘୁଚାପର ପ୍ରଭାବ କମିବ । ଆଜି ପଶ୍ଚିମ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର (Bhubaneswar Meteorological Centre)।

ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିବ । ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି । ଉପକୂଳ ଅଞ୍ଚଳରେ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ । ଗୁରୁବାର ଠାରୁ ବର୍ଷାର ପରିମାଣ କମିପାରେ । ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ସହ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡିଶାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ୩ ଦିନ ବିଳମ୍ବରେ ଆରମ୍ଭ ହୋଇଛି ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ।

ଆଗକୁ ଆଉ ଏକ ଘୁର୍ଣ୍ଣିବଳୟ ଆସୁଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ସମ୍ଭାବନା ରହିଛି । ବିଶେଷ କରି ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଏବଂ କୋରାପୁଟ ଆଦି ୧୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଗଜପତି, ମାଲକାନଗିରି, ରାୟଗଡ଼ା, ଖୋର୍ଦ୍ଧା, କେନ୍ଦ୍ରପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଏବଂ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏହା ମଧ୍ୟ ପଢ଼ନ୍ତୁ: ବାରମ୍ବାର ଓଡିଶା ଆସିବେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ

ମୌସୁମୀ ପ୍ରଭାବରେ ରାଜ୍ୟରେ 1 ଜୁନରୁ 20 ସେପ୍ଟେମ୍ବର ମଧ୍ୟରେ 1140.9 ମିମି ବର୍ଷା ରେକର୍ଡ ହୋଇଛି । ଯାହା ସ୍ବାଭାବିକ ବର୍ଷା 1091.1 ମିମି ତୁଳନାରେ 5 ପ୍ରତିଶତ ଅଧିକ ରହିଛି । କନ୍ଧମାଳ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ସର୍ବାଧିକ 1649.9 ମିମି (51 ପ୍ରତିଶତ ଅଧିକ) ଏବଂ ଭଦ୍ରକ ଜିଲ୍ଲାରେ ସର୍ବନିମ୍ନ 836.1 ମିମି (18 ପ୍ରତିଶତ କମ) ବର୍ଷା ରେକର୍ଡ ହୋଇଛି । ଏହି ସମୟରେ 5 ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବାବେଳେ ଏବଂ 25 ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.