ETV Bharat / city

ଆଗାମୀ 24 ଘଣ୍ଟାରେ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

author img

By

Published : Oct 19, 2020, 4:30 PM IST

Updated : Oct 19, 2020, 5:30 PM IST

ଆଗାମୀ 24 ଘଣ୍ଟାରେ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା
ଆଗାମୀ 24 ଘଣ୍ଟାରେ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଓଡିଶାରେ ପ୍ରବଳ ବର୍ଷା ଆଶଙ୍କା । ଆଗାମୀ 24 ଘଣ୍ଟା ମଧ୍ୟରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅଧିକ ପଢନ୍ତୁ...

ଭୁବନେଶ୍ବର: ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା 24 ଘଣ୍ଟା ମଧ୍ୟରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । 5 ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିବା ସହ କେତେକ ଅଞ୍ଚଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଉପକୂଳ ସମେତ ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡା ବଜ୍ରପାତ ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ସେହିପରି ୨୧ ଅକ୍ଟୋବରରେ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୨୨ ଅକ୍ଟୋବରରେ ୨ ଜିଲ୍ଲା ପୁରୀ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ରହିଛି । ସେହିପରି ୨୩ ଅକ୍ଟୋବରରେ ମଧ୍ୟ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା 20ରୁ 23 ଯାଏଁ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

Last Updated :Oct 19, 2020, 5:30 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.