ETV Bharat / city

ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

author img

By

Published : Jul 10, 2021, 10:00 PM IST

ରାଜ୍ୟ ଉପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବାହ ଦୁର୍ବଳ ରହିଛି । ଏହା ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ସୂଚନା ମିଳିଛି । ଅଧିକ ପଢନ୍ତୁ...

ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା
ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟ ଉପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବାହ ଦୁର୍ବଳ ରହିଛି । ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ୪.୫ କିମି ଯାଏଁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ସଂଲଗ୍ନ ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ହବିବୁର ରେହମାନ ବିଶ୍ବାସ ସୂଚନା ଦେଇଛନ୍ତି ।

ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

ଘୂର୍ଣ୍ଣିବଳୟଠାରୁ ଏକ ଉତ୍ତର-ଦକ୍ଷିଣ ନିମ୍ନ ଚାପ ରେଖା ସମୁଦ୍ର ପତ୍ତନ ଠାରୁ ୩.୧ କିମି ଉପରେ ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳ ମଧ୍ୟ ଦେଇ ଦକ୍ଷିଣ ଆନ୍ଧ୍ର ଉପକୂଳ ଉପକୂଳ ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ୧୧ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତର-ପଶ୍ଚିମ ଏବଂ ଉତ୍ତର-ଆନ୍ଧ୍ର-ଦକ୍ଷିଣ ଓଡିଶା ଉପକୂଳ ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଉପରୋକ୍ତ ପାଣିପାଗର ନିୟାମକ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ୧୯ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀରେ ପ୍ରବଳ ବର୍ଷା ଏବଂ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡିକ ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ସେହିପରି ଆସନ୍ତା 5 ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଗତ ୨୪ ଘଣ୍ଟାରେ ଚାନ୍ଦବାଲି ଓ ଭୁବନେଶ୍ବରରେ ସର୍ବୋଚ୍ଚ ତାପମାତ୍ରା ୩୫.୨ ଡିଗ୍ରୀ ରେକର୍ଡ ହୋଇଛି । ଗତ ୨୪ ଘଣ୍ଟା ଭିତରେ ଦକ୍ଷିଣ ଉପକୂଳରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ୧ଜୁନରୁ ୮ ଜୁଲାଇ ସୁଦ୍ଧା ଓଡ଼ିଶାରେ ୨୫୩.୯ ମିମି ବର୍ଷା ଅନୁଭୂତ ହୋଇଛି ଯାହା ସ୍ବାଭାବିକ ବର୍ଷା ୩୧୬.୩ ମିମି ଠାରୁ ୨୦ ପ୍ରତିଶତ କମ ରହିଛି । ୧୪ ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୧୬ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ କରାଯାଇଛି । ଭଦ୍ରକ, ଯାଜପୁର ଓ ଗଜପତି ଜିଲ୍ଲାରେ କମ ବର୍ଷା ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.