ସତର୍କ କରାଇଲେ SRC, ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି

author img

By

Published : Sep 20, 2022, 4:16 PM IST

heavy spells of rain likely to affect Odisha as yellow alert given by weather department

ରାଜ୍ୟରେ ଲଘୁଚାପର ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା କରାଯାଉଛି (heavy spells of rain likely to affect Odisha)। ଫଳରେ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅଧିକ ପଢ଼ନ୍ତୁ

ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ ବଳୟ(heavy spells of rain likely to affect Odisha) । ଏହାର ପ୍ରଭାବ ଉତ୍ତର ଓଡ଼ିଶା ଓ ପଶ୍ଚିମ ବଙ୍ଗଳା ଉପକୂଳ ଅଞ୍ଚଳରେ ବିଶେଷ ଦେଖିବାକୁ ମିଳିବ । ସମୁଦ୍ର ପତ୍ତନରୁ ୫.୮ କିମି ପର୍ଯ୍ୟନ୍ତ ଏହାର ପ୍ରଭାବ ଅନୁଭୂତ ହୋଇଛି । ଏଥିପାଇଁ ରାଜ୍ୟର ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

୧୫ଟି ଜିଲ୍ଲାରେ ପ୍ରବଳ ବର୍ଷାହେବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ସୋନପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ଓ ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ତା ସହିତ ଭୁବନେଶ୍ବରରେ ମଧ୍ୟ ଲଘୁଚାପର ପ୍ରଭାବ ଦେଖାଯିବ ।

ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିବା ଭଳି ପରିସ୍ଥିତି ସୃଷ୍ଟି ହେବ । ସହରାଞ୍ଚଳରେ ଟ୍ରାଫିକ ବ୍ୟବସ୍ଥାରେ ସମସ୍ୟା ଦେଖାଯାଇପାରେ । ଅତ୍ୟଧିକ କୋହଳା ପାଗ ଯୋଗୁଁ ଗାଡ଼ି ଚାଳକଙ୍କ ପାଇଁ ଦେଖିବାରେ ସମସ୍ୟା ଦେଖା ଦେଇପାରେ । ବର୍ଷା ଆଶଙ୍କା ଥିବା ଅଞ୍ଚଳଗୁଡ଼ିକରେ ଆବଶ୍ୟକ ନଥିଲେ ବାହାରକୁ ନବାହାରିବାକୁ ଲୋକଙ୍କ ପରାମର୍ଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିଶନର । ଏହାକୁ ନେଇ ସେ ଟ୍ବିଟ୍‌ କରି ସୂଚନା ପ୍ରଦାନ କରିଛନ୍ତି ।

ସେପଟେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମଧ୍ୟ ସୂଚନା ପ୍ରଦାନ କରାଯାଇଛି । ବର୍ତ୍ତମାନ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି । ଫଳରେ କୋରାପୁଟ, କନ୍ଧମାଳ, ଗଞ୍ଜାମ ଓ ନବରଙ୍ଗପୁର ଆଦି ୪ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଓଡିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଥିଲା । ସେପଟେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ସେପ୍ଟେମ୍ବର ୨୧ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ(Heavy Rain in Odisha) ବୋଲି ସୂଚନା ଦେଇଥିଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୦ଟି ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.