ଲଘୁଚାପରେ ପରିଣତ ହେଲା ଘୂର୍ଣ୍ଣିବଳୟ, ଆଜିଠୁ ବର୍ଷା

author img

By

Published : Oct 14, 2021, 9:19 AM IST

low-pressure-area-likely-to-form-over-bay-of-bengal-today-coastal-odisha-and-andhra-pradesh-on-alert

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି(ଗୁରୁବାର) ଠାରୁ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା । ଅଧିକ ପଢନ୍ତୁ...

ଭୁବନେଶ୍ବର: ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଗୁରୁବାର ସକାଳ ସମୟରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡିଶା ତଥା ଉତ୍ତର ଆନ୍ଧ୍ର ଉପକୂଳ ଛୁଇଁବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଏହାର ପ୍ରଭାବରେ ଆଜି(ଗୁରୁବାର) ଠାରୁ ରାଜ୍ୟର କେତେକ ସ୍ଥାନରେ ବର୍ଷା ଲାଗିରହିବ । ଶୁକ୍ରବାର ଠାରୁ ବର୍ଷା ଆହୁରି ବଢିପାରେ । ବିଶେଷ କରି ଉପକୂଳ ଓଡିଶାର କେତେକ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ତେବେ ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ ଢେଙ୍କାନାଳର କିଛି ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ସେହିପରି ଆଭ୍ୟନ୍ତରୀଣ ଓଡିଶାର ଗୋଟିଏ କିମ୍ବା ୨ଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.