ଲଘୁଚାପରେ ପରିଣତ ହେଲା ଘୁର୍ଣ୍ଣିବଳୟ, ୧୯ ଜିଲ୍ଲାରେ ପ୍ରବଳ ଛେଚିବ

author img

By

Published : Oct 14, 2021, 8:13 PM IST

Updated : Oct 14, 2021, 10:55 PM IST

ଲଘୁଚାପରେ ପରିଣତ ହେଲା ଘୁର୍ଣ୍ଣିବଲୟ, ୧୯ ଜିଲ୍ଲାରେ ପ୍ରବଳ ଛେଚିବ

ଲଘୁଚାପରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟି ଘୁର୍ଣ୍ଣିବଳୟ । ୧୫ରୁ ଉପକୂଳବର୍ତ୍ତୀ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ବିଜୁଳି ଘଡଘଡି ସହ ବର୍ଷା ଆଶଙ୍କା ରହିଛି । ଅଧିକ ପଢନ୍ତୁ...

ଭୁବନେଶ୍ବର: ଲଘୁଚାପରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟି ଘୁର୍ଣ୍ଣିବଳୟ । ଗୁରୁବାର ସକାଳେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ତତସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଘୁର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୫.୮ କିମି ପର୍ଯ୍ୟନ୍ତ ବ୍ୟାପିଛି । ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ପହଞ୍ଚିବାର ଆଶଙ୍କା ରହିଥିବା ଅନୁମାନ କରାଯାଉଛି । ଏହାର ପ୍ରଭାବରେ ୧୫ରୁ ଉପକୂଳବର୍ତ୍ତୀ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ବିଜୁଳି ଘଡଘଡି ସହ ବର୍ଷା ଆଶଙ୍କା ରହିଛି । ଏନେଇ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଲଘୁଚାପରେ ପରିଣତ ହେଲା ଘୁର୍ଣ୍ଣିବଳୟ, ୧୯ ଜିଲ୍ଲାରେ ପ୍ରବଳ ଛେଚିବ
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳରେ ବଜ୍ରପାତ ସହ ବର୍ଷା ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି । ସେହିପରି ୧୬ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, ମାଲକାନଗିରି, ଢେଙ୍କାନାଳ, କୋରାପୁଟ, ନବରଙ୍ଗପୁର, କନ୍ଧମାଳ ଓ ରାୟଗଡା ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।

ସେପଟେ ଓଡିଶାକୁ ଟଳିଛି ବାତ୍ୟା ଭୟ । ଦଶହରା ପରେ ରାଜ୍ୟରେ ବାତ୍ୟା ହେବା ନେଇ ଯେଉଁ ଚର୍ଚ୍ଚା ହେଉଥିଲା ଏବେ ତାହାର ଅନ୍ତ ଘଟିଛି । ଓଡିଶାରେ ବାତ୍ୟା ହେବନାହିଁ । କେବଳ ବର୍ଷା ହେବ ବୋଲି ଆଜି ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟକୁ ନେଇ ଓଡିଶା ପ୍ରତି ବାତ୍ୟା ଭୟ ରହିଥିବା କୁହାଯାଉଥିଲା । ମାତ୍ର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ଗୁରୁବାର ସକାଳ ସମୟରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ କେନ୍ଦ୍ରୀଭୂତ ହେବ । ଏହାର ପ୍ରଭାବରେ ରାଜ୍ୟରେ ୧୭ ତାରିଖ ପର୍ଯ୍ୟନ୍ତ ବର୍ଷିବ । କେବଳ ତିନି ଦିନ ଯାଏଁ ବର୍ଷା ହେବା ସହ କୌଣସି ବାତ୍ୟା ହେବନି ବୋଲି କହିଛନ୍ତି ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated :Oct 14, 2021, 10:55 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.