ETV Bharat / city

କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଗ୍ରଗତି କାର୍ଯ୍ୟ ସମୀକ୍ଷା କଲେ ଜଳ ସମ୍ପଦମନ୍ତ୍ରୀ

author img

By

Published : Sep 18, 2022, 10:22 AM IST

ରାଜ୍ୟରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଗୁଡିକର କାର୍ଯ୍ୟକାରିତା ଓ ନିର୍ମାଣଧୀନ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ହୋଇଛି । ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ଶନିବାର କ୍ଷୁଦ୍ର ଜଳସେଚନ ଡିଭିଜନ ମୁଖ୍ୟ ଯନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ ଏହି ସମୀକ୍ଷା କରିଛନ୍ତି । ଅଧିକ ପଢନ୍ତୁ

ଜଳ ସମ୍ପଦମନ୍ତ୍ରୀଙ୍କ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ସମୀକ୍ଷା
ଜଳ ସମ୍ପଦମନ୍ତ୍ରୀଙ୍କ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ସମୀକ୍ଷା

ଭୁବନେଶ୍ବର: ରାଜ୍ୟରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଗୁଡିକର କାର୍ଯ୍ୟକାରିତା ଓ ନିର୍ମାଣଧୀନ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ହୋଇଛି । ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ଶନିବାର କ୍ଷୁଦ୍ର ଜଳସେଚନ ଡିଭିଜନ ମୁଖ୍ୟ ଯନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ ଏହି ସମୀକ୍ଷା କରିଛନ୍ତି । ବିଭାଗୀୟ ଯନ୍ତ୍ରୀ ଓ କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କ ସହିତ ବୈଠକରେ ମନ୍ତ୍ରୀ ରାଜ୍ୟରେ ଥିବା ବିଭିନ୍ନ କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ରକ୍ଷଣାବେକ୍ଷଣ ଉପରେ ଗୁରୁତ୍ୱାରୋପ କରିଛନ୍ତି ।

ଜଳ ସମ୍ପଦମନ୍ତ୍ରୀଙ୍କ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ସମୀକ୍ଷା
ଜଳ ସମ୍ପଦମନ୍ତ୍ରୀଙ୍କ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ସମୀକ୍ଷା

ଅଧିକାରୀମାନେ ଅଧିକରୁ ଅଧିକ କ୍ଷେତ୍ର ପରିଦର୍ଶନ କରି ପ୍ରକଳ୍ପଗୁଡିକର ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା ସହିତ ସେସବୁର ରକ୍ଷଣାବେକ୍ଷଣ ପାଇଁ ପଦକ୍ଷେପ ନେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସଂପୃକ୍ତ ଅଂଚଳର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଲ୍ଲାସ୍ତରୀୟ ଅଧିକାରୀ, ଜନପ୍ରତିନିଧି ଓ ପାଣିପଂଚାୟତ ସହିତ ଆଲୋଚନା କରି ଏ ଦିଗରେ ଉଚିତ୍ ପଦକ୍ଷେପ ନେବାକୁ ମନ୍ତ୍ରୀ କହିଛନ୍ତି । ବୈଠକରେ ୨୦୨୧-୨୨ ବର୍ଷରେ ରବି କାର୍ଯ୍ୟକ୍ରମ ପାଇଁ ଜଳସେଚନ, କେତେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇଛି ତାହାର ସମୀକ୍ଷା କରିଛନ୍ତି ମନ୍ତ୍ରୀ । ଏହା ସହ ୨୦୨୨-୨୩ ଖରିଫ କାର୍ଯ୍ୟକ୍ରମ ସଂପର୍କରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ବିଷଦ୍ ଭାବେ ଆଲୋଚନା କରିଛନ୍ତି । ଚଳିତ ବର୍ଷରେ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଆଡିବନ୍ଧ ତିଆରି ଯୋଜନାରେ ୧୩୫ଟି ନୂଆ ପ୍ରକଳ୍ପ କାର୍ଯ୍ୟକାରୀ ହେବା ନେଇ ପ୍ରଶାସନିକ ଅନୁମୋଦନ ସରିଛି ।

ଅନ୍ୟ ପ୍ରସ୍ତାବିତ ପ୍ରକଳ୍ପଗୁଡିକ ବିଚାରାଧୀନ ଅଛି । ରାଜ୍ୟରେ ୨୭୪୧ ଟି କ୍ଷୁଦ୍ର ଜଳସେଚନର ପ୍ରକଳ୍ପର ଜିଓ-ଟ୍ୟାଗିଂ କରାଯାଇଛି । ଏହାର ପ୍ରମୁଖ ଆବଶ୍ୟକତା ସଂପର୍କରେ ‘ଆମ ଜଳାଶୟ ପୋର୍ଟାଲ’ରେ ସୂଚନା ଅଧୁନାତନ କରିବାକୁ ଓଡିଶା ସ୍ପେସ୍ ଆପ୍ଲିକେସନ ସେଣ୍ଟର(ଓରସାକ୍)କୁ ତଥ୍ୟ ଦିଆଯାଇଛି । ଗ୍ରାମୀଣ ଭିତ୍ତିଭୂମି ଉନ୍ନୟନ ଯୋଜନା, ମୁଖ୍ୟମନ୍ତ୍ରୀ ଆଡିବନ୍ଧ ତିଆରି ଯୋଜନା, କେନାଲ ଲାଇନିଂ ଓ ସିଷ୍ଟମ ରିହାବିଲିଟେସନ ପ୍ରୋଗ୍ରାମ, ଜଳ ନିଷ୍କାସନ ବ୍ୟବସ୍ଥାର ଉନ୍ନତିକରଣ, ବନ୍ଧ ସୁରକ୍ଷା ଓ ଉନ୍ନତିକରଣ ଆଦି ପାଇଁ ବ୍ୟୟ ବରାଦ ଓ ଧାର୍ଯ୍ୟଲକ୍ଷ୍ୟକୁ ତ୍ୱରିତ ପଦକ୍ଷେପ ନିଆଯାଇ ଶେଷ କରାଯିବା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି ।ସେହିପରି ବୈଠକରେ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା, ଡ୍ୟାମ୍ ଉନ୍ନତିକରଣ ଯୋଜନା, ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି କୃଷି ଉପଯୋଗୀ ସହନଶୀଳ ଓଡିଶା ସମନ୍ୱିତ ଜଳସେଚନ ପ୍ରକଳ୍ପ ଆଦିର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା କରାଯାଇଛି ।

ମନ୍ତ୍ରୀ କହିଛନ୍ତି ଯେ, ଚାଷ ପାଇଁ ଜଳର ଆବଶ୍ୟକତା ରହିଛି । ମୁଖ୍ୟମନ୍ତ୍ରୀ ସବୁବେଳେ କୃଷିର ଉନ୍ନତି ଓ କୃଷକଙ୍କ କଲ୍ୟାଣ ପାଇଁ ଜଳସେଚନ ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି । ଦଳଗତ ପ୍ରଚେଷ୍ଟାରେ ସ୍ୱଚ୍ଛତା ବଜାୟ ରଖି ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ନୂତନ ଭାବେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପଗୁଡିକୁ ଶେଷ କରିବା ଉପରେ ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ‌ପ୍ରସ୍ତାବ ଦିଆଯାଉଥିବା ନୂଆ ପ୍ରକଳ୍ପଗୁଡିକୁ ଅନୁମୋଦନ ପାଇଁ ପଠାଇବା ପୂର୍ବରୁ ସ୍ଥାନୀୟ ବିଧାୟକ ତଥା ସ୍ଥାନୀୟ ଜନପ୍ରତିନିଧିଙ୍କ ଜ୍ଞାତସାରକୁ ଅଣାଗଲେ, ପ୍ରକଳ୍ପର ବାସ୍ତବ ସ୍ଥିତି ଜଣାଯିବା ସହ କାର୍ଯ୍ୟକାରିତା ବେଳେ ଅସୁବିଧା ରହିବ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି । ଡି

ଭିଜନର ମୁଖ୍ୟାଳୟରେ କ୍ଷୁଦ୍ର ଜଳସେଚନ ମୁଖ୍ୟ ଯନ୍ତ୍ରୀ ଚିନ୍ମୟ ରଞ୍ଜନ ରାଉତଙ୍କ ସମେତ ଡିଭିଜନର ଅନ୍ୟ ବରିଷ୍ଠ ଯନ୍ତ୍ରୀ ଓ ପଦାଧିକାରୀମାନେ ଉପସ୍ଥିତ ଥିଲେ । କ୍ଷେତ୍ରସ୍ତରରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ କ୍ଷୁଦ୍ର ଜଳସେଚନ ଡିଭିଜନର ଯନ୍ତ୍ରୀମାନେ ଏହି ବୈଠକରେ ଭିସି ଜରିଆରେ ଯୋଗ ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.