ଆସୁଛି ଲଘୁଚାପ, ବର୍ଷା ନେଇ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ

author img

By

Published : Oct 13, 2021, 7:00 PM IST

Updated : Oct 13, 2021, 10:57 PM IST

ଆସୁଛି ଲଘୁଚାପ, ବର୍ଷା ନେଇ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ

ସମୁଦ୍ର ପତନଠାରୁ ୪.୫ କିମି ପର୍ଯ୍ୟନ୍ତ ବ୍ୟାପି ରହିଛି ଘୁର୍ଣ୍ଣିବଳୟ । ଏହା ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଥାବା ଅନୁମାନ କରିଛି ପାଣିପାଗ ବିଭାଗ । ଅଧିକ ପଢନ୍ତୁ...

ଭୁବନେଶ୍ବର: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ରହିଛି ଏକ ଘୁର୍ଣ୍ଣିବଳୟ । ଏହା ସମୁଦ୍ର ପତନଠାରୁ ୪.୫ କିମି ପର୍ଯ୍ୟନ୍ତ ବ୍ୟାପି ରହିଛି । ଘୁର୍ଣ୍ଣିବଳୟ ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଥିବା ଅନୁମାନ କରିଛି ପାଣିପାଗ ବିଭାଗ ।

ଆସୁଛି ଲଘୁଚାପ, ବର୍ଷା ନେଇ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ

ପାଣିପାଗର ସୂଚନା ଅନୁଯାୟୀ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ତତସଂଲଗ୍ନ ଆଣ୍ଡାମାନ ସାଗର ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ଲଘୁଚାପର ସୃଷ୍ଟି ହେବାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ରାଜ୍ୟରେ ୧୫ ତାରିଖରୁ ବର୍ଷା ହେବାର ଆଶଙ୍କା ରହିଛି ।

୧୫ରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବ । ସେହିପରି ୧୬ରେ ମଧ୍ୟ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଏଣୁ ଗଞ୍ଜାମ,ପୁରୀ, ଜଗତସିଂହପୁର ଏବଂ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା ରହିଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated :Oct 13, 2021, 10:57 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.