ETV Bharat / city

ଆଜି ବସିବ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

author img

By

Published : Mar 27, 2022, 8:52 AM IST

ଆଜି ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ ବସିବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମେ ବସିବ ମନ୍ତ୍ରୀ ପରିଷଦ ବୈଠକ । ଅଧିକ ପଢନ୍ତୁ

ଆଜି ବସିବ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ
ଆଜି ବସିବ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର: ଆଜି ବସିବ ଉଭୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ପୂର୍ବାହ୍ନ 11.00 ରେ ବସିବ ମନ୍ତ୍ରୀ ପରିଷଦ ବୈଠକ ଏବଂ 11.30 ପରେ ବସିବ କ୍ୟାବିନେଟ ବୈଠକ ।

ରାଜ୍ୟରେ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି । ପଞ୍ଚାୟତ ଓ ପୌର ନିର୍ବାଚନ ଲାଗି ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିଲା । ତାହା ଗତକାଲି(ଶନିବାର) ଫଳାଫଳ ପ୍ରକାଶ ସହ ଉଠିଛି । ଆଦର୍ଶ ଆଚରଣ ବିଧି ଯୋଗୁଁ ବିକାଶ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି । ନିର୍ବାଚନ ପ୍ରକ୍ରିୟା ଶେଷ ପରେ ଏହା ହେଉଛି ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ । ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ କ୍ୟାବିନେଟ ମୋହର ମାରିବ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.