ETV Bharat / city

Russia-Ukraine Conflict: ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

author img

By

Published : Feb 25, 2022, 8:43 PM IST

Russia-Ukraine Conflict
Russia-Ukraine Conflict

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ପରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟେଲିଫୋନ ଯୋଗେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ପରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏକ ଜୟଶଙ୍କର ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟେଲିଫୋନ ଯୋଗେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଋଷ ଓ ୟୁକ୍ରେନ ଯୁଦ୍ଧ ଯୋଗୁଁ ଉଭୟ ଦେଶରେ ଫସି ରହିଛନ୍ତି ଅନେକ ଓଡିଆ ଶ୍ରମିକ ଓ ଛାତ୍ରଛାତ୍ରୀ । ଦେଶକୁ ପ୍ରତ୍ୟାବର୍ତ୍ତନ କରିପାରିନାହାନ୍ତି ସେମାନେ । ତେବେ ସେମାନଙ୍କୁ ସୁରକ୍ଷିତ ଭାବେ ଭାରତ ଫେରାଇ ଆଣିବାକୁ ବୈଦେଶିକ ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ନବୀନ ।

ଋଷ ଓ ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ବିବାଦ ଶେଷରେ ଯୁଦ୍ଧର ରୂପ ନେଇଛି । ଶକ୍ତିଶାଳୀ ଋଷର ଆକ୍ରମଣରେ ଶେଷରେ ଧ୍ବଂସ ହେବାକୁ ବସିଛି ୟୁକ୍ରେନ । ୟୁକ୍ରେନରେ ଫସି ରହିଛନ୍ତି ଶ୍ରମିକ ଓ ଛାତ୍ରଛାତ୍ରୀ । ସେମାନଙ୍କୁ ସୁରକ୍ଷିତ ଫେରାଇ ଆଣିବା ଲାଗି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

ଏହା ସହ ଆଜି ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ କଥା ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଆଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ଅନୁରୋଧ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.