ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କ ଭଦ୍ରକ ଗସ୍ତ: ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା

author img

By

Published : Sep 24, 2022, 7:50 AM IST

Updated : Sep 24, 2022, 12:04 PM IST

ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କ ଭଦ୍ରକ ଗସ୍ତ: ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା

ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ଭିକେ ପାଣ୍ଡିଆନ ଭଦ୍ରକ ଗସ୍ତ କରି ବିଭିନ୍ନ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ସମୀକ୍ଷା କରିଛନ୍ତି । ଅଧିକ ପଢନ୍ତୁ

ଭୁବନେଶ୍ବର/ଭଦ୍ରକ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ(Odisha Chief Secretary) ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫ଟି ସଚିବ ଭିକେ ପାଣ୍ଡିଆନ ଶୁକ୍ରବାର ଭଦ୍ରକ ଜିଲ୍ଲା ଗସ୍ତ କରିଛନ୍ତି । ଭଦ୍ରକର ଧାମରା ବନ୍ଦର ଏବଂ ଆରଡ଼ିଧାମ ପରିଦର୍ଶନ କରି ବିଭିନ୍ନ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ସମୀକ୍ଷା କରିଛନ୍ତି । ପ୍ରଥମେ ଏହି ସର୍ବୋଚ୍ଚ ପ୍ରଶାସନିକ ଟିମ୍ ଧାମରାରେ ପହଞ୍ଚି ଥିଲେ । ଜାମୁଝାଡିରୁ ଧାମରା ପର୍ଯ୍ୟନ୍ତ ଦୁଇସାରିଆ ରାସ୍ତାର ନିର୍ମାଣ କାର୍ଯ୍ୟ, ଚାନ୍ଦବାଲିରୁ ଧାମରା ପର୍ଯ୍ୟନ୍ତ ସଡ଼କ ସଂଯୋଗ ପାଇଁ ମନ୍ତେଇ ନଦୀ ସେତୁ କାର୍ଯ୍ୟ, ଭଦ୍ରକ ଧାମରା ରେଳଲାଇନର ଦୋହରୀକରଣ, ଧାମରାରେ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳ ପ୍ରତିଷ୍ଠା, ବାଲିମେଳାରେ ଏୟାରଷ୍ଟ୍ରିପ୍ ନିର୍ମାଣ, ଧାମରା ବନ୍ଦରରେ ଏଲ୍.ଏନ୍.ଜି ଗ୍ୟାସ ଟର୍ମିନାଲ ଏବଂ ପାଇପ ଯୋଗେ ରାଜ୍ୟର ବିଭିନ୍ନ ଅଂଚଳକୁ ଗ୍ୟାସ ଯୋଗାଣ ପାଇଁ ଟାଙ୍କି ନିର୍ମାଣ ଆଦି କାର୍ଯ୍ୟର ସମୀକ୍ଷା କରିଥିଲେ ।

ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କ ଭଦ୍ରକ ଗସ୍ତ: ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା
ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କ ଭଦ୍ରକ ଗସ୍ତ: ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା

ଜାମୁଝାଡିରୁ ଧାମରା ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ସମୀକ୍ଷାରୁ ଜଣାପଡିଛି । ଅବଶିଷ୍ଟ କାମ ତ୍ବରାନ୍ବିତ କରି ନିର୍ଦ୍ଧାରିତ ସମୟସୀମା ପୂର୍ବରୁ କାମ ପୂର୍ଣ୍ଣାଙ୍ଗ କରିବାକୁ ମୁଖ୍ୟ ଶାସନ ସଚିବ ପୂର୍ତ୍ତ ବିଭାଗ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ବର୍ଷ ଡ଼ିସେମ୍ବର ଶେଷ ସୁଦ୍ଧା ମନ୍ତେଇ ନଦୀ ସେତୁ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳ ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ୧୨୦୦ ଏକର ଜମି ଏବଂ ଧାମରା ଏୟାର ଷ୍ଟ୍ରିପ୍ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

ବନ୍ଦରରେ ବାର୍ଷିକ ୫ ନିୟୁତ କ୍ଷମତା ବିଶିଷ୍ଟ ଏଲ୍.ଏନ୍.ଜି. ଗ୍ୟାସ୍ ଟର୍ମିନାଲ୍ ନିର୍ମାଣ କାର୍ଯ୍ୟରେ ଅଗ୍ରଗତି ସନ୍ତୋଷଜନକ ହୋଇଛି । ଏଥିରେ ପ୍ରାୟ ୬୫୦୦ କୋଟି ଟଙ୍କା ବିନିଯୋଗ ହେବ । ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ଏବଂ ଏହି ଟର୍ମିନାଲ ଓଡ଼ିଶା ସମେତ ଭାରତର ପୂର୍ବ ଏବଂ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟମାନଙ୍କୁ ଗ୍ୟାସ୍ ପରିବହନରେ ସହାୟକ ହେବ । ପରେ ପରେ ଏହି ଟିମ୍ ଆରଡ଼ିଧାମ ଯାଇ ଆଖଣ୍ଡଳମଣି ମନ୍ଦିର ଏବଂ ଚର୍ତୁପାର୍ଶ୍ବ ବିକାଶ ପ୍ରକଳ୍ପର କ୍ଷେତ୍ରସ୍ତରୀୟ କାର୍ଯ୍ୟାନ୍ବୟନ ସମୀକ୍ଷା କରିଛନ୍ତି ।

ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କ ଭଦ୍ରକ ଗସ୍ତ: ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା
ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କ ଭଦ୍ରକ ଗସ୍ତ: ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା

ପ୍ରଥମ ପର୍ଯ୍ୟାୟରେ ହାତକୁ ନିଆଯାଇଥିବା ମନ୍ଦିରର ନୂଆ ସିଂହଦ୍ବାର ନିର୍ମାଣ, ଶ୍ରାବଣମାସରେ ବାବା ଆଖଣ୍ଡଳମଣିଙ୍କ ଜଳାଭିଷେକ ପାଇଁ ଶ୍ରାବଣୀ ମଣ୍ଡପ ନିର୍ମାଣ, ଗଣେଶ ମଣ୍ଡପର ନବୀକରଣ, ଟ୍ରଷ୍ଟ୍ କାର୍ଯ୍ୟାଳୟ, ମନ୍ଦିର ଭିତରୁ ବାହାରକୁ ଜଳ ନିଷ୍କାସନ ବ୍ୟବସ୍ଥା, ମନ୍ଦିର ବେଢ଼ା ଭିତରେ ଖଣ୍ଡାଲାଇଟ୍ ପଥର ଦ୍ବାରା ଚର୍ତୁପାର୍ଶ୍ବ ସୌନ୍ଦର୍ଯ୍ୟକରଣ, ମନ୍ଦିରର ନୂଆ ପାଚେରୀ ନିର୍ମାଣ, ମନ୍ଦିରର ଚାରିଦିଗସ୍ଥ ଗୁମୁଟର ନବୀକରଣ ଓ ବୃକ୍ଷରୋପଣ ଆଦି କାର୍ଯ୍ୟ ଆରମ୍ଭ କରାଯାଇଛି । ଏସବୁ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୬ କୋଟି ଟଙ୍କା ରାଜ୍ୟ ସରକାରଙ୍କ ତରଫରୁ ଯୋଗାଇ ଦିଆଯାଇଛି । ଏହିସବୁ କାମ ନଭେମ୍ବର ୩୦ ତାରିଖ ସୁଦ୍ଧା ସାରିବା ପାଇଁ ୫ଟି ସଚିବ ସଂପୃକ୍ତ ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କ ଭଦ୍ରକ ଗସ୍ତ: ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା

ଏହାମଧ୍ୟ ପଢନ୍ତୁ: ବାଙ୍କୀ ଚାଷୀକୂଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ନିର୍ମାଣ ହେବ ମେଗା ଜଳସେଚନ ପ୍ରକଳ୍ପ

ପ୍ରକଳ୍ପର ଦ୍ବିତୀୟ ପର୍ଯ୍ୟାୟ ପାଇଁ ମୁଖ୍ୟ ଶାସନ ସଚିବ ଏବଂ ୫ଟି ସଚିବ ମନ୍ଦିରର ସେବାୟତ ଓ ସ୍ଥାନୀୟ ଲୋକମାନଙ୍କ ସହ ଆଲୋଚନା କରିଛନ୍ତି । ଆରଡ଼ି ମନ୍ଦିରକୁ ସଡ଼କ ସଂଯୋଗ ପାଇଁ ସାଳନ୍ଦୀ ନଦୀ ତିନିତର ଘାଟ ନିକଟରେ ସେତୁ ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବୈତରଣୀ ନଦୀ ଉପରେ ପୋଲ ନିର୍ମାଣ ଏବଂ ସେବାୟତମାନଙ୍କର ଅଭାବ ଅସୁବିଧା ଆଦି ବିଷୟ ସେବାୟତମାନେ ଏହି ଟିମକୁ ଜଣାଇଛନ୍ତି । ଏ ବିଷୟକୁ ସରକାର ସହୃଦୟତାର ସହ ବିଚାର କରି ନିଷ୍ପତ୍ତି ନେବେ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି । ପ୍ରସିଦ୍ଧ ଆରଡ଼ିପୀଠର ସର୍ବାଙ୍ଗିନ ବିକାଶ ପାର୍ଇ ୫ଟି ସଚିବ(5T Secretary) ସମସ୍ତଙ୍କର ସହଯୋଗ କାମନା କରିଛନ୍ତି । ଏହି ଗସ୍ତ ସମୟରେ ଭଦ୍ରକ ଜିଲ୍ଲାପାଳ ସିଦ୍ଧେଶ୍ବର ବଳିରାମ, ଏସପି ଚରଣ ସିଂ ମୀନାଙ୍କ ସମେତ ସଂପୃକ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କ ଭଦ୍ରକ ଗସ୍ତ: ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା
ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କ ଭଦ୍ରକ ଗସ୍ତ: ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା

ଇଟିଭି ଭାରତ, ଭଦ୍ରକ ଓ ଭୁବନେଶ୍ବର

Last Updated :Sep 24, 2022, 12:04 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.