ETV Bharat / city

କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

author img

By

Published : Oct 2, 2022, 10:21 PM IST

କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ
କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଛି । ଏହି ଅବସରରେ ପିସିସି ସଭାପତି ଶରତ ପଟ୍ଟନାୟକ ଓ ଦଳର ଅନ୍ୟ ବରିଷ୍ଠ ନେତା ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଅଧିକ ପଢ଼ନ୍ତୁ

ଭୁବନେଶ୍ବର: ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ଦଳର ବରିଷ୍ଠ ନେତାମାନେ ଚନ୍ଦ୍ରଶେଖରପୁର ନାଲକୋ ଛକସ୍ଥିତ ଗାନ୍ଧୀ ପାର୍କରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।

ଆଜିର ଦିନରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ମନେ ପକାଉଛି ଦେଶ । ଦେଶ ପ୍ରତି ଏହି ଦୁଇ ମହାପୁରୁଷଙ୍କ ଅବଦାନ ଅତୁଳନୀୟ । ତେବେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ଦଳର ବରିଷ୍ଠ ନେତାମାନେ ଚନ୍ଦ୍ରଶେଖରପୁର ନାଲକୋ ଛକସ୍ଥିତ ଗାନ୍ଧୀ ପାର୍କରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।

କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଏହାପରେ କଂଗ୍ରେସ ନେତାମାନେ ଦଳୀୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ । କଂଗ୍ରେସ ଭବନ ପରିସରରେ ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏଠାରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ସଭାର ଆୟୋଜନ ମଧ୍ୟ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଦଳର ଅନେକ ବରିଷ୍ଠ ନେତା ଯୋଗ ଦେଇଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.