ETV Bharat / city

ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି, ୩ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

author img

By

Published : Sep 19, 2022, 2:40 PM IST

Updated : Sep 19, 2022, 3:24 PM IST

ସରକାରୀ କର୍ମଚାରୀଙ୍କୁ ଦୁର୍ଗାପୂଜା ବୋନସ, ୩ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା
ସରକାରୀ କର୍ମଚାରୀଙ୍କୁ ଦୁର୍ଗାପୂଜା ବୋନସ, ୩ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ୩ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଅଧିକ ପଢନ୍ତୁ

ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ଦଶହରା ଭେଟି । ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (Dearness allowance hike) ବୃଦ୍ଧି କଲେ ରାଜ୍ୟ ସରକାର । ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରିଛନ୍ତି ସରକାର । ଫଳରେ ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହାଦ୍ବାରା ରାଜ୍ୟ ସରକାରଙ୍କ ମୋଟ୍‌ ୭.୫ ଲକ୍ଷ କର୍ମଚାରୀ (Odisha Government employees)ଉପକୃତ ହେବେ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ୨୦୨୨ରୁ ପିଛିଲା ଭାବରେ ଲାଗୁ ହେବ ।

  • ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବୃଦ୍ଧି ନେଇ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଅନୁମୋଦନ କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧%ରୁ ୩୪ %କୁ ବୃଦ୍ଧି ପାଇଛି। ଏହା ୧ ଜାନୁଆରୀ ୨୦୨୨ରୁ ପିଛିଲା ଭାବେ ଲାଗୁ କରାଯାଇଛି। #Odisha pic.twitter.com/Vb1oPo89GY

    — CMO Odisha (@CMO_Odisha) September 19, 2022 " class="align-text-top noRightClick twitterSection" data=" ">

ସଂଶୋଧିତ ହାରରେ ପେନସନ ପାଉଥିବା ପେନସନଭୋଗୀଙ୍କ ଟିଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । କର୍ମଚାରୀ ଓ ପେନସନଭୋଗୀମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ । ଏହା ଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ ।

ଏହା ମଧ୍ୟ ପଢନ୍ତୁ-ପରଲୋକରେ ବିଜେପିର ଟାଣୁଆ ନେତା ବିଷ୍ଣୁ ସେଠୀ

ଗତବର୍ଷ ନୂଆ ବର୍ଷ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଉପହାର ଦେଇଥିଲେ ରାଜ୍ୟ ସରକାର । ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରାଯାଇଥିଲା । ଏହି ମହଙ୍ଗା ଭତ୍ତାକୁ ଗତ ଜୁଲାଇ ୨୦୨୧ରୁ ପିଛିଲା ଭାବରେ ଲାଗୁ ହୋଇଥିଲା । ସପ୍ତମ ବେତନ କମିଶନ ୩୦ ପ୍ରତିଶତ ବକେୟା ଦେୟ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଥିଲେ ସରକାର । କର୍ମଚାରୀମାନେ ସପ୍ତମ ବେତନ କମିଶନ ଅନୁଯାୟୀ, ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ବର୍ଦ୍ଧିତ ଦରମାର ୫୦ ପ୍ରତିଶତ ପାଇସାରିଛନ୍ତି ।

Last Updated :Sep 19, 2022, 3:24 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.