ETV Bharat / city

Odisha Corona: କମୁଛି କୋରୋନା, ଦିନକରେ 3 ପଜିଟିଭ

author img

By

Published : May 25, 2022, 10:21 AM IST

Odisha Corona: ରାଜ୍ୟରେ ଦିନକରେ ୩ ସଂକ୍ରମିତ ଚିହ୍ନଟ
Odisha Corona: ରାଜ୍ୟରେ ଦିନକରେ ୩ ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ

ଭୁବନେଶ୍ବର: ରାଜ୍ୟରେ ତଳ ମୁହାଁ କୋରୋନା ଗ୍ରାଫ୍‌ । ଦୈନିକ ସଂକ୍ରମିତଙ୍କ ସଂଖ୍ୟାରେ କ୍ରମାଗତ ହ୍ରାସ ଆଶ୍ବସ୍ତିର ଖବର ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୨ ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ଜଣେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ବରରୁ ୧, କଟକରୁ ଜଣେ ଏବଂ ସମ୍ବଲପୁରରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୯୦ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ୮୪ ସକ୍ରିୟ ମାମଲା ରହିଛି । ନୂଆ ୯ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୨ ଲକ୍ଷ ୭୯ ହଜାର ୧୨୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.