Odisha Corona: ଦିନକରେ ୬୧ ନୂଆ ସଂକ୍ରମିତ

author img

By

Published : Jun 24, 2022, 10:04 AM IST

Odisha Corona: ଦିନକରେ ୬୧ ନୂଆ ସଂକ୍ରମିତ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୧ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ

ଭୁବନେଶ୍ବର: ପୁଣି ବଢିଲା କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୧ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୩୬ ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବାବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେଥିମଧ୍ୟରୁ ୩ଜଣ କିଶୋର ଆକ୍ରାନ୍ତ ହୋଇଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଭଦ୍ରକରୁ ୧, ବଲାଙ୍ଗୀରରୁ ୧, କଟକରୁ ୭, ଜଗତସିଂହପୁରରୁ ୧, ଖୋର୍ଦ୍ଧାରୁ ୩୬, ପୁରୀରୁ୧, ରାୟଗଡାରୁ ୧, ସୁନ୍ଦରଗଡରୁ ୫ ଏବଂ ଷ୍ଟେଟପୋଲରୁ ୮ ଜଣ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୯ ହଜାର ୧୨୯ରେ ପହଞ୍ଚିଛି ।

ବର୍ତ୍ତମାନ ରାଜ୍ୟରେ ୩୯୧ ସକ୍ରିୟ ମାମଲା ରହିଛି । ନୂଆ ୨୪ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୨ ଲକ୍ଷ ୭୯ ହଜାର ୫୫୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ପୁଣି ସଂକ୍ରମଣ ମାମଲା ବୃଦ୍ଧି ପାଇବା ଚିନ୍ତାର ବିଷୟ ହୋଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.