ETV Bharat / city

ଚାଷୀଙ୍କୁ ଅକ୍ଷୟ ତୃତୀୟା ଭେଟି, କାଳିଆ ହିତାଧିକାରୀଙ୍କୁ ମିଳିବ ଆର୍ଥିକ ସହାୟତା

author img

By

Published : May 2, 2022, 10:00 PM IST

ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅକ୍ଷୟ ତୃତୀୟା ଭେଟି । କ୍ଷୁଦ୍ର, ନାମମାତ୍ର ଚାଷୀମାନଙ୍କୁ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । କାଳିଆ ଯୋଜନାର ହିତାଧିକାରୀଙ୍କୁ ମିଳିବ 2 ହଜାର ଟଙ୍କା । ଅଧିକ ପଢନ୍ତୁ

କାଳିଆ ହିତାଧିକାରୀଙ୍କୁ ମିଳିବ ଆର୍ଥିକ ସହାୟତା
କାଳିଆ ହିତାଧିକାରୀଙ୍କୁ ମିଳିବ ଆର୍ଥିକ ସହାୟତା

ଭୁବନେଶ୍ବର: ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅକ୍ଷୟ ତୃତୀୟା ଭେଟି । କ୍ଷୁଦ୍ର, ନାମମାତ୍ର ଚାଷୀମାନଙ୍କୁ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । କାଳିଆ ଯୋଜନାର ହିତାଧିକାରୀଙ୍କୁ ମିଳିବ 2 ହଜାର ଟଙ୍କା । ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ଉପହାର ଦେବେ ମୁଖ୍ୟମନ୍ତ୍ରୀ । ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ କାଳିଆ ଟଙ୍କା । ଆସନ୍ତାକାଲି ଅପରାହ୍ନରେ କାଳିଆ ଯୋଜନାର ହିତାଧିକାରୀଙ୍କୁ ମିଳିବ 2 ହଜାର ଟଙ୍କା ସହାୟତା ରାଶି । ଡିବିଟି ଜରିଆରେ ଚାଷୀଙ୍କ ଖାତାକୁ ସିଧାସଳଖ ଟଙ୍କା ।

ଏନେଇ ଭିସି ଜରିଆରେ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଉପସ୍ଥିତ ରହିବେ । କୃଷି ମନ୍ତ୍ରୀ ଅରୁଣ ସାହୁ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଏସଆରସି ପ୍ରଦୀପ ଜେନା, କୃଷି ସଚିବ ତଥା କମିଶନର ପ୍ରମୁଖ ଉପସ୍ଥିତ ରହିବେ । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5 ଟି ସଚିବ ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିବେ ବୋଲି ଜଣାପଡିଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.