ETV Bharat / city

Cyclone Alert: କାର୍ଯ୍ୟ କରିବ 24 ଘଣ୍ଟିଆ ନିୟନ୍ତ୍ରଣ କକ୍ଷ

author img

By

Published : May 7, 2022, 7:38 AM IST

Cyclone Alert: କାର୍ଯ୍ୟ କରିବ 24 ଘଣ୍ଟିଆ ନିୟନ୍ତ୍ରଣ କକ୍ଷ
Cyclone Alert: କାର୍ଯ୍ୟ କରିବ 24 ଘଣ୍ଟିଆ ନିୟନ୍ତ୍ରଣ କକ୍ଷ

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ଜଳସମ୍ପଦ ବିଭାଗ ତରଫରୁ ପ୍ରସ୍ତୁତି ବୈଠକ । ବୈଠକରେ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ 24 ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲିବାକୁ ନିର୍ଦ୍ଦେଶ । ଅଧିକ ପଢନ୍ତୁ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ଜଳସମ୍ପଦ ବିଭାଗ ତରଫରୁ ପ୍ରସ୍ତୁତି ବୈଠକ । ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଗତକାଲି ଅନୁଷ୍ଠିତ ହୋଇଥିଲା ବୈଠକ । ବୈଠକରେ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ 24 ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି ଯାହା ଦାୟିତ୍ୱ ସଂପନ୍ନ ନିର୍ବାହୀ ଯନ୍ତ୍ରୀଙ୍କ ଦ୍ୱାରା ଏହା ପରିଚାଳିତ ହେବ । ତେବେ ସମ୍ଭାବ୍ୟ ବାତ୍ୟା ପାଇଁ ସବୁ ପ୍ରକାର ପ୍ରସ୍ତୁତିରେ ରହିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସମସ୍ତ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Cyclone Alert: କାର୍ଯ୍ୟ କରିବ 24 ଘଣ୍ଟିଆ ନିୟନ୍ତ୍ରଣ କକ୍ଷ
Cyclone Alert: କାର୍ଯ୍ୟ କରିବ 24 ଘଣ୍ଟିଆ ନିୟନ୍ତ୍ରଣ କକ୍ଷ

ଦୁର୍ବଳ ଥିବା ନଦୀ ଓ କେନାଲ ବନ୍ଧଗୁଡିକ ପ୍ରତି ସତର୍କ ଦୃଷ୍ଟି ରଖିବାକୁ କୁହାଯାଇଛି । ସମ୍ଭାବ୍ୟ ବାତ୍ୟା ପରିସ୍ଥିତିରେ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀମାନେ ଜିଲ୍ଲାପ୍ରଶାସନ ସହିତ ସମନ୍ୱୟ ରଖି ଆବଶ୍ୟକ ଆନୁସଙ୍ଗିକ ସହାୟତା ଯୋଗାଇ ଦେବେ । ବାତ୍ୟା ଯୋଗୁଁ ବନ୍ୟା ବା ଅତ୍ୟଧିକ ବର୍ଷାଫଳରେ ଡ୍ରେନେଜ ସମସ୍ୟା ଉପୁଜିଲେ ତାହାକୁ ତୁରନ୍ତ ପରିସ୍କାର ପାଇଁ ଆବଶ୍ୟକ ଯନ୍ତ୍ରପାତି ସହ ପଦକ୍ଷେପ ନେବାକୁ କୁହାଯାଇଛି । ଜଳଭଣ୍ଡାରଗୁଡିକର ସ୍ଥିତି ଅନୁଧ୍ୟାନ କରି ନିୟନ୍ତ୍ରଣ କକ୍ଷକୁ ନିୟମିତ ସୂଚନା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । କ୍ଷେତ୍ରସ୍ତରରେ କାର୍ଯ୍ୟକରୁଥିବା ଯନ୍ତ୍ରୀମାନଙ୍କର ଛୁଟି ମଧ୍ୟ ବାତିଲ କରାଯାଇଛି । ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବିନା ଅନୁମତିରେ ଛୁଟି ମଞ୍ଜୁର ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅନୁଷ୍ଠିତ ଏହି ବୈଠକରେ ସର୍ବୋଚ୍ଚ ଯନ୍ତ୍ରୀ ତଥା ସ୍ୱତନ୍ତ୍ର ସଚିବ ଚନ୍ଦ୍ରଶେଖର ପାଢୀ, ସର୍ବୋଚ୍ଚ ଯନ୍ତ୍ରୀ ବିଜୟ କୁମାର ମିଶ୍ର, ସର୍ବୋଚ୍ଚ ଯନ୍ତ୍ରୀ(ଯୋଜନା ଓ ନକ୍ସାଙ୍କନ) ଅସୀମ ମହାପାତ୍ର, ଅତିରିକ୍ତ ଶାସନ ସଚିବ ସୁବ୍ରତ କୁମାର ପଣ୍ଡା, ମୁଖ୍ୟ ଯନ୍ତ୍ରୀ, ବେସିନ୍ ମ୍ୟାନେଜର-ମହାନଦୀ କାଠଯୋଡି ସିଷ୍ଟମ ଭକ୍ତରଞ୍ଜନ ମହାନ୍ତି, ମୁଖ୍ୟଯନ୍ତ୍ରୀ ଡ୍ରେନେଜ୍ ବାଲେଶ୍ୱର ନାଥ ସାହୁ, ମୁଖ୍ୟଯନ୍ତ୍ରୀ ଏଚ୍.ଏଚ୍ .ଜି.ଆଇ.ସ୍ ଓ ଅନ୍ୟ ବରିଷ୍ଠ ଯନ୍ତ୍ରୀ ଓ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.