ETV Bharat / city

୧୦ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ଅରେଞ୍ଜ ୱାର୍ଣ୍ଣିଂ ଜାରି

author img

By

Published : Aug 10, 2022, 7:45 PM IST

Updated : Aug 10, 2022, 8:58 PM IST

୧୦ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ଅରେଞ୍ଜ ୱାର୍ଣ୍ଣିଂ ଜାରି
୧୦ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ଅରେଞ୍ଜ ୱାର୍ଣ୍ଣିଂ ଜାରି

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟତଃ ସମସ୍ତ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟତଃ ସମସ୍ତ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଏଥିପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

୧୦ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ଅରେଞ୍ଜ ୱାର୍ଣ୍ଣିଂ ଜାରି

ବର୍ତ୍ତମାନ ସାରା ରାଜ୍ୟ ବର୍ଷାରେ ବେହାଲ ହୋଇଛି । ଆହୁରି ୫ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ସ୍ଥିତି ବିଗିଡ଼ିବା ସମ୍ଭାବନା ରହିଛି । ଆସନ୍ତା ୧୩ ତାରିଖ ବେଳକୁ ଆଉ ଏକ ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପୂବାନୁମାନ କରିଛି ପାଣି ପାଗ ବିଭାଗ । ୧୪ ତାରିଖ ବେଳକୁ ଉତ୍ତର ଓଡ଼ିଶା ଉପକୂଳରେ ଘନୀଭୂତ ହେବା ସହ ପଶ୍ଚିମ ଦିଗ ଆଡକୁ ଗତି କରିବାର ସମ୍ଭାବନା ରହିଛି । ୧୮ କିମ୍ବା ୧୯ ତାରିଖ ବେଳକୁ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ଯୋଗୁଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ବିଭାଗ କହିଛି ।

ଲଗାଣ ବର୍ଷା ଯୋଗୁଁ ହଇଜା ଝାଡ଼ାବାନ୍ତି ବ୍ୟାପିବାର ସମ୍ଭାବନା ରହିଛି । ଏହାକୁ ନେଇ ସତର୍କ କରାଇଛି ସ୍ବାସ୍ଥ୍ୟ ବିଭାଗ । ସେପଟେ ସ୍ଥିତି ଉପରେ ନଜର ରଖିା ସହ ବନ୍ୟା ପରିସ୍ଥିତି ପାଇଁ ଏନଡିଆରଏଫ ,ଓଡ୍ରାଫ ଓ ଅଗ୍ନିଶମ ବାହିନୀ ପ୍ରସ୍ତୁତ ରହିଛି । ପୂର୍ବରୁ ଯେଉଁ ସବୁ ସ୍ଥାନରେ ବନ୍ୟାସ୍ଥିତି ଥିଲା ସେସବୁ ସ୍ଥାନରେ ସ୍ଥିତି ବର୍ତ୍ତମାନ ସ୍ବାଭାବିକ ରହିଛି । ଏହାକୁ ନେଇ ସ୍ବତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି ।

ମଙ୍ଗଳବାର ସୃଷ୍ଟି ହୋଇଥିବା ଅବପାତ ଏକ ଲଘୁଚାପର ରୂପ ନେଇଛି । ବର୍ତ୍ତମାନ ଏହା ପୂର୍ବ ମଧ୍ୟ ପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ପ୍ରାୟ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ କରାଯାଇଛି ।

ସମ୍ବଲପୁରର ଜାମନକିରାରେ ସର୍ବାଧିକ ୧୪୭ ମିମି ବର୍ଷା ରେକର୍ଡ କରାଯାଇଛି । ରାଜ୍ୟରେ ହାରାହାରି ୩୩ ମିମି ବର୍ଷା ରେକର୍ଡ ହୋଇଛି । ବର୍ତ୍ତମାନ ସୁଧା ମୌସୁମୀରେ ୬୬୭ ମିମି ବର୍ଷା ରେକର୍ଡ ହୋଇଛି । ଢେଙ୍କାନାଳ, କନ୍ଧମାଳ, ନୟାଗଡ଼ ଓ ବୌଦ୍ଧରେ ସ୍ବାଭାବିକଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି । ବର୍ତ୍ତମାନ ଏକ ଲଘୁଚାପ ପଶ୍ଚମବଙ୍ଗ ଉପକୂଳରେ ଘନିଭୁତ ହେବାରେ ଲାଗିଛି । ଅଗଷ୍ଟ ୧୩ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

Last Updated :Aug 10, 2022, 8:58 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.