ETV Bharat / city

ନିର୍ମାଣାଧୀନ ସେତୁଗୁଡିକର କାର୍ଯ୍ୟ ଶୀଘ୍ର ଶେଷ କର, ପ୍ରମୁଖ ଶାସନ ସଚିବ

author img

By

Published : Aug 26, 2022, 1:15 PM IST

ଗଞ୍ଜାମ ଜିଲ୍ଲା ଗସ୍ତ କରିଛନ୍ତି ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ । ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା, ବିଜୁ ସେତୁ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା, ବହୁମୂଖୀ ବାତ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ଯୋଜନା ଆଦିର ସମୀକ୍ଷା କରିଛନ୍ତି ସଞ୍ଜୟ । ଅଧିକ ପଢନ୍ତୁ

ନିର୍ମାଣାଧୀନ ସେତୁଗୁଡିକର କାର୍ଯ୍ୟ ଶୀଘ୍ର ଶେଷ କର, ପ୍ରମୁଖ ଶାସନ ସଚିବ
ନିର୍ମାଣାଧୀନ ସେତୁଗୁଡିକର କାର୍ଯ୍ୟ ଶୀଘ୍ର ଶେଷ କର, ପ୍ରମୁଖ ଶାସନ ସଚିବ

ଭୁବନେଶ୍ବର : ଗଞ୍ଜାମ ଜିଲ୍ଲା ଗସ୍ତରେ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ । ଜିଲ୍ଲାରେ ନିର୍ମାଣାଧୀନ ବିଜୁ ସେତୁ, ଗ୍ରାମ୍ୟ ସଡ଼କ, ବହୁମୂଖୀ ବାତ୍ୟା ଆଶ୍ରୟସ୍ଥଳ ସଚିବ ପରିଦର୍ଶନ କରିଛନ୍ତି । ଏହାସହ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା,ବିଜୁ ସେତୁ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା, ବହୁମୂଖୀ ବାତ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ଯୋଜନା ଆଦିର ସମୀକ୍ଷା କରିଛନ୍ତି ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ।

ନିର୍ମାଣାଧୀନ ସେତୁଗୁଡିକର କାର୍ଯ୍ୟ ଶୀଘ୍ର ଶେଷ କର, ପ୍ରମୁଖ ଶାସନ ସଚିବ

ବ୍ରହ୍ମପୁର ଗ୍ରାମ୍ୟ ନିର୍ମାଣ ମଣ୍ଡଳ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ସଞ୍ଜୟ କୁମାର ସିଂ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଉପସ୍ଥିତିରେ ବୈଠକ ଅନୁଷ୍ଠିତ ହୋଇଛି । ଏହି ସମୀକ୍ଷା ବୈଠକରେ ପ୍ରମୁଖ ଶାସନ ସଚିବ ସମସ୍ତ ଯନ୍ତ୍ରୀମାନଙ୍କୁ ଅବଗତ କରାଇଛନ୍ତି ଯେ, ଗଞ୍ଜାମ ଜିଲ୍ଲା ସବୁବେଳେ ସୁନାମ ପାଉଛି । ଜିଲ୍ଲାର ସୁନାମ ଆଣିବା ଦିଗରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ଵାରା କାର୍ଯ୍ୟ ହେଉଥିବା କାମ ଗୁଡିକ ସମ୍ପନ୍ନ କରିବା ଦିଗରେ ତ୍ବରାନିତ କରିବାର ଆବଶ୍ୟକତା ରହିଛି ।

ସେତୁ ନିର୍ମାଣ କ୍ଷେତ୍ରରେ ଟେଣ୍ଡର କାର୍ଯ୍ୟ ସାରି ଦେଇ ସମସ୍ତ କାର୍ଯ୍ୟ ଠିକାଦାରଙ୍କ ଉପରେ ନ୍ୟସ୍ତ କଲେ ହେବନାହିଁ । ଠିକାଦାରଙ୍କ କାର୍ଯ୍ୟଧାରା ଗୁଡିକ ବରାବର ତଦାରଖ କରିବାକୁ ସେ ପରାମର୍ଶ ଦେଇଛନ୍ତି । ଉନ୍ନୟନ କାର୍ଯ୍ୟରେ ଦେଖାଯାଉଥିବା ପ୍ରତିବନ୍ଧକଗୁଡିକ ସମାଧାନ କରି ଉକ୍ତ କାର୍ଯ୍ୟର ଶୀଘ୍ର ସମାପନ ଦିଗରେ ପ୍ରତ୍ୟେକ ତତ୍ପରତା ପ୍ରକାଶ କରିବାର ଆବଶ୍ୟକତା ରହିଛି ବୋଲି ପ୍ରମୁଖ ଶାସନ ସଚିବ ଜଣାଇଛନ୍ତି । ସେ ମଧ୍ୟ କହିଛନ୍ତି ଯେ, ‘‘ଯନ୍ତ୍ରୀମାନେ କ୍ଷେତ୍ର ପରିଦର୍ଶନ କରି ସମସ୍ତ ସୁବିଧା ଅସୁବିଧା ବୁଝନ୍ତୁ । ଅସୁବିଧା ସମ୍ପର୍କରେ ନିଜ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାନ୍ତୁ ବୋଲି ସେ ଜଣାଇଛନ୍ତି । ସେଠାରେ ସମସ୍ୟାର ସମାଧାନ ହୋଇନପାରିଲେ ଜିଲ୍ଲାପାଳଙ୍କ ସହାୟତା ନେଇ ସେସବୁର ସମାଧାନ କରି କାର୍ଯ୍ୟଗୁଡିକ ସଠିକ ସମୟରେ ସମାପନ କରନ୍ତୁ ।"

ସେ ଆହୁରିମଧ୍ୟ କହିଛନ୍ତି, "ଯନ୍ତ୍ରୀମାନେ ସମସ୍ୟା ଦେଖିବା ସହିତ ଏହାର ସମାଧାନର ବାଟ ମଧ୍ୟ ବାହାର କରି କାର୍ଯ୍ୟ ଯେମିତି ସଠିକ ସମୟରେ ସମାପନ ହେବ । ସେ ଦିଗରେ ତତ୍ପରତା ପ୍ରକାଶ କରିବାକୁ କହିଛନ୍ତି ।" ଡିପିଆର ପ୍ରସ୍ତୁତ କରିବା ପୂର୍ବରୁ କ୍ଷେତ୍ର ପରିଦର୍ଶନ କରି ପ୍ରକୃତ ଡିପିଆର ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଛନ୍ତି । ଯେଉଁ ଅଧିକାରୀମାନଙ୍କ ଦ୍ଵାରା କାର୍ଯ୍ୟ ଧାରା ବିଳମ୍ବ ହେବ ସେମାନଙ୍କୁ ଉତ୍ତରଦାୟୀ କରାଯିବ ବୋଲି ସେ କହିଛନ୍ତି । ଅଧିକାରୀମାନେ ନିଜ ସଦରମହକୁମାରେ ରହିବା ସହିତ କ୍ଷେତ୍ର ପରିଦର୍ଶନ କରିବାକୁ ସେ ପରାମର୍ଶ ଦେଇଛନ୍ତି । ବିଭିନ୍ନ ପ୍ରସଙ୍ଗରେ ଗଞ୍ଜାମ ଜିଲ୍ଲାପାଳ ପ୍ରମୁଖ ଶାସନ ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।

ଏହାବି ପଢନ୍ତୁ: ୨୦୨୩ ଫେବୃଆରୀ ଶେଷ ସୁଦ୍ଧା ସରିବ ଋଷିକୁଲ୍ୟାରେ ନିର୍ମାଣଧୀନ ବିଜୁ ସେତୁ

ଅନେକ ସମୟରେ ଜନସାଧାରଣ ରାସ୍ତାର ମରାମତି ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରନ୍ତି । ଗୋଟିଏ ରାସ୍ତାକୁ ନିୟମିତ ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ ସଜାଡିଲେ ରାସ୍ତାଗୁଡିକର ପରିଚାଳନା ଠିକ ହୋଇପାରିବ । ରାସ୍ତା ନିର୍ମାଣ ଗୃହ ନିର୍ମାଣ କିମ୍ବା ସେତୁ ନିର୍ମାଣ କ୍ଷେତ୍ରରେ କୌଣସି ସମସ୍ୟା ଦେଖାଗଲେ ତାହା ଜିଲ୍ଲା ପ୍ରଶାସନର ଦୃଷ୍ଟିକୁ ଆଣନ୍ତୁ । ତେବେ ଯାଇ ତାର ସମାଧାନ ବାଟ ଖୋଲିବ । ଉନ୍ନୟନ କାର୍ଯ୍ୟ ବିନା ଦ୍ଵିଧାରେ ସଠିକ ସମୟରେ ସମାପନ ହୋଇପାରିବ ।

ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା, ବିଜୁ ସେତୁ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା, ବହୁମୂଖୀ ବାତ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ଯୋଜନା ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି । ବୈଠକରେ ରାଜ୍ୟ ଗ୍ରାମ୍ୟ ନିର୍ମାଣ କୋଠବାଡି ଓ ସେତୁ ବିଭାଗ ଯନ୍ତ୍ରୀ ମୁଖ୍ୟ ପ୍ରଦୀପ ସାମଲ, ମୁଖ୍ୟ ଯନ୍ତ୍ରୀ ରମେଶ ଚନ୍ଦ୍ର ବେହେରା, ଗଞ୍ଜାମ ଜିଲ୍ଲା ଗ୍ରାମ ନିର୍ମାଣ ମଣ୍ଡଳ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରଦୀପ କୁମାର ଜେନା , ଗଞ୍ଜାମ ଜିଲ୍ଲା ଗ୍ରାମ୍ୟ ନିର୍ମାଣ ବିଭାଜନ ୧ର ଅଧିକ୍ଷଣ ଯନ୍ତ୍ରୀ ନାରଣ ମୁର୍ମୁ ଏବଂ ସମ୍ପୃକ୍ତ ବିଭାଗୀୟ ଯନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.